କଟକ: ଓଡ଼ିଶା ଆଡମିନିଷ୍ଟ୍ରେଟିଭ୍ ଟ୍ରିବ୍ୟୁନାଲ ବା ସ୍ୟାଟ୍ ଉଚ୍ଛେଦ ନିଷ୍ପତ୍ତିର ପ୍ରତିବାଦରେ କଟକରେ ଜୋର ଧରିଛି ଆନ୍ଦୋଳନ। ଆଜି ହାଇକୋର୍ଟ ବାର୍ ସମେତ କଟକର ସମସ୍ତ ବାର୍ ଆସୋସିଏସନର କର୍ମକର୍ତ୍ତା କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବେ। ମଙ୍ଗଳବାର ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହାପରେ ଆନ୍ଦୋଳନର ରୂପରେଖ ନେଇ ପରବର୍ତ୍ତୀ ବୈଠକରେ ନିଷ୍ପତ୍ତି ନିଆଯିବ ବୋଲି ଜଣାପଡ଼ିଛି। ଗତକାଲିର ବୈଠକରେ କଟକର ସମସ୍ତ ନିମ୍ନ ଅଦାଲତର ଓକିଲଙ୍କ ସମେତ ହାଇକୋର୍ଟ ବାର୍ ଆସୋସିଏସନ ଓ ଭୁବନେଶ୍ୱର ସ୍ୟାଟ୍ ବାର ଆସୋସିଏସନ କର୍ମକର୍ତ୍ତା ଯୋଗ ଦେଇଥିଲେ। ସେପଟେ ଭୁବନେଶ୍ୱର ବାର ଆସୋସିଏସନ ଓ ଭୁବନେଶ୍ୱର ସ୍ୟାଟ୍ ବାର ଆସୋସିଏସନ ଆନ୍ଦୋଳନ ଜାରି ରଖିଛନ୍ତି। ମଙ୍ଗଳବାର ଉଭୟ ବାର ଆସୋସିଏସନ ରାଜ୍ୟପାଳଙ୍କୁ ଭେଟି ଆପତ୍ତି ଜଣାଇଥିବା ବେଳେ ଆଗାମୀ ଦିନରେ ହାଇକୋର୍ଟ ମୁଖ୍ୟ ବିଚାରପତି ଓ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କୁ ମଧ୍ୟ ଏନେଇ ଅବଗତ କରାଇବେ ବୋଲି କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଦୁଇ ସନ୍ତାନ ପାଇଁ ଗଲା ସମବାୟ ସଭାପତି ପଦ
ଦୁଇରୁ ଅଧିକ ପିଲା ଥିବାରୁ ବାପୁଜୀ ନଗର କ୍ୟାପିଟାଲ କୋଅପରେଟିଭ୍ ହାଉସିଂ ଲିମିଟେଡର ସଭାପତି ଓ ସଭ୍ୟ ପଦ ହରାଇଛନ୍ତି ବିଶ୍ୱରଂଜନ ମହାନ୍ତି। ତାଙ୍କର ଦୁଇ ପିଲା ଥିବାନେଇ ଓଡ଼ିଶା ରିପୋର୍ଟରରେ ଗତ ବର୍ଷ ପ୍ରମାଣ ସହ ବାଜିଥିଲା ଖବର।
Politics
ବିଧାୟକଙ୍କୁ ପିଟି ଛଡ଼ାଇନେଲେ ସୁନା ଚେନ୍
ଆକ୍ରମଣକାରୀମାନେ ବବି ଭାଇ ଜିନ୍ଦାବାଦ୍ ନାରା ପକାଇଥିବା ଅଭିଯୋଗ କରିଛନ୍ତି ବିଧାୟକ।
Crime
ଜାରିଂ ଗଣଦୁଷ୍କର୍ମ ମାମଲା: ଲିଫ୍ଟ ବାହାନାରେ ଧୋକା ଦେଇଥିଲେ ପରିଚିତ ବ୍ୟକ୍ତି, ୬ ଜଣଙ୍କୁ ମିଳିଲା ଆଜୀବନ କାରାଦଣ୍ଡାଦେଶ
ଭିଡିଓ ଭାଇରାଲ କରିବା ଅଭିଯୋଗରେ ଯେଉଁ ୩ ଜଣ ଗିରଫ ହୋଇଥିଲେ, କୋର୍ଟ ସେମାନଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।
Miscellaneous
‘ଦାନା’ କ୍ଷୟକ୍ଷତି ଆକଳନ ପାଇଁ ୨୪ରେ ଆସିବ କେନ୍ଦ୍ରୀୟ ଟିମ୍
କେନ୍ଦ୍ରୀୟ ଟିମ୍ ଫେରିଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରୀୟ ଟିମ୍ ରିପୋର୍ଟ ଆଧାରରେ କେନ୍ଦ୍ର ସରକାରଙ୍କ ସହାୟତା ରାଶି ଆସିବ।
Education
ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା, ସଂପୂର୍ଣ୍ଣ କାର୍ଯ୍ୟସୂଚୀ ଜାରି
ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଜାରି।