ଭୁବନେଶ୍ୱର: ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗର ବିକାଶ ନିମନ୍ତେ ଏମସଏସଏମଇ ବିଭାଗ ତରଫରୁ ଓଡ଼ିଶା ଯୁବ ନବ ପ୍ରବର୍ତ୍ତନ ପାଣ୍ଠି ଯୋଜନା ଆରମ୍ଭ ହୋଇଛି। ସୂଚନାଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ନୂତନ ଚିନ୍ତାଧାରା ଓ ଜ୍ଞାନକୌଶଳକୁ ବ୍ୟବହାର କରି ଉଦ୍ୟୋଗ ପ୍ରତିଷ୍ଠା ପାଇଁ ଯୁବପିଢ଼ୀଙ୍କୁ ଏହି ଯୋଜନା ସହାୟକ ହେବ ବୋଲି କୁହାଯାଇଛି। ଏହି ଯୋଜନା ପାଇଁ ବ୍ୟୟ ଅଟକଳ ୨ କୋଟି ଟଙ୍କା ରଖାଯାଇଛି। ଯୋଜନା ମାଧ୍ୟମରେ ନୂତନ ଚିନ୍ତାଧାରା ପାଇଁ ୫୦ ହଜାର ଟଙ୍କା ଓ ନୂଆ ଜ୍ଞାନକୌଶଳ ପାଇଁ ଲକ୍ଷେ ଟଙ୍କାର ପୁରସ୍କାର ବ୍ୟବସ୍ଥା ରହିଛି। ଏହାଛଡ଼ା ନୂଆ ଚିନ୍ତାଧାରା ଓ ଜ୍ଞାନ କୌଶଳ ଭିତ୍ତିରେ ଉଦ୍ୟୋଗ ପ୍ରତିଷ୍ଠା ପାଇଁ ୩ ଲକ୍ଷ ଟଙ୍କା ପୁରସ୍କାରର ବ୍ୟବସ୍ଥା ରହିଛି। କାର୍ଯ୍ୟକ୍ରମରେ ରାଜ୍ୟ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଯୋଗେନ୍ଦ୍ର ବେହେରା, ମନ୍ତ୍ରୀ ଦେବୀ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।