ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ସିକୋ ଗାଁରେ ବେଆଇନ ବାଣ ତିଆରି ବେଳେ ଘଟିଛି ବିସ୍ଫୋରଣ। ଏହି ବିସ୍ଫୋରଣରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି। ଆହତମାନଙ୍କୁ ଖୋର୍ଦ୍ଧା ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।</p> <p>ବିସ୍ଫୋରଣର ତୀବ୍ରତା ଏତେ ଅଧିକ ଥିଲା ଯେ ବାଣ ତିଆରି ଚାଲିଥିବା ଘରର ଛାତ ମଧ୍ୟ ଭୁଶୁଡ଼ି ପଡ଼ିଛି। ଛାତ ତଳେ କିଛି ଲୋକ ପୋତି ହୋଇ ରହିଥିବା ଆଶଙ୍କା କରାଯାଉଛି। ଜେସିବି ମେସିନ ଓ ଟ୍ରାକ୍ଟର ଦ୍ୱାରା ଉଦ୍ଧାର କାର୍ଯ୍ୟ କରାଯାଉଛି। ବର୍ଷା ଯୋଗୁ ଉଦ୍ଧାର କାର୍ଯ୍ୟ ବିଳମ୍ବିତ ହେଉଛି। ଘଟଣାସ୍ଥଳରେ ଜିଲ୍ଲା ପ୍ରଶାସନ, ପୋଲିସ୍ ଓ ତହସିଲଦାର ଉପସ୍ଥିତ ଅଛନ୍ତି।</p> <p>ସିକୋ ଗାଁର ସନାତନ ସେଠୀଙ୍କ ଘରେ ବେଆଇନ ବାଣ ତିଆରି ଚାଲିଥିଲା। ଆଜି ଭୋରରୁ ଏହି ଭୟଙ୍କର ବିସ୍ଫୋରଣ ହୋଇଥିଲା।<br /> [vc_video link="" align="center"]</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।