ମାଲକାନଗିରି: ମାଲକାନଗିରିରେ ପୁଣି ଲାଲବାହିନୀର ଆତଙ୍କ। ମାଓ ବିରୋଧୀ କାର୍ଯ୍ୟ ଅଭିଯୋଗରେ ଜଣଙ୍କୁ ହତ୍ୟା କରିଛନ୍ତି ମାଓବାଦୀ। ମୃତକଙ୍କ ନାଁ ଗରୁମୂର୍ତ୍ତି ମାଡି। ଗତକାଲି ରାତିରେ ମୋଟୁର ତେଲେରାଇ ଛକଠାରେ ଗୁରୁମୂର୍ତ୍ତିଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଘଟଣାସ୍ଥଳରେ କିଛି ମାଓ ପୋଷ୍ଟର ମିଳିଛି। ଏହାପୂର୍ବରୁ ଗୁରୁମୂର୍ତ୍ତିଙ୍କୁ ମାଓବାଦୀମାନେ ୧୫ ତାରିଖ ଠାରୁ ଅପହରଣ କରିନେଇଥିବା ସୂଚନା ରହିଛି। ଗୁରୁମୂର୍ତ୍ତି ମାଓବାଦୀମାନଙ୍କୁ ଆତ୍ମସମର୍ପଣ କରିବା ପାଇଁ ପ୍ରୋତ୍ସାହିତ କରୁଥିବା ଯୋଗୁଁ ତାଙ୍କୁ ହତ୍ୟା କରାଯାଇଥିବା ପୋଷ୍ଟରରେ ଉଲ୍ଲେଖ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।