୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ

ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶା ଉପକୂଳ ଛୁଇଁବା ସମ୍ଭାବନା ରହିଛି। ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ। ଫଳରେ ମୌସୁମୀ ଆସିବା ସହ ରାଜ୍ୟରେ ବର୍ଷା ସମ୍ଭାବନା ଦେଖା ଦେଇଛି। ଚଳିତ ବର୍ଷ ଦେଶରେ ମୌସୁମୀ ବର୍ଷା ସ୍ୱାଭାବିକ ରହିବ ବୋଲି ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଜୁନରୁ ସେପ୍ଟେମ୍ବର ମାସ ପର୍ଯ୍ୟନ୍ତ ସ୍ୱାଭାବିକ […]

monsoon

Rakesh Mallick
  • Published: Wednesday, 07 June 2017
  • , Updated: 07 June 2017, 10:34 AM IST

ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶା ଉପକୂଳ ଛୁଇଁବା ସମ୍ଭାବନା ରହିଛି। ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ। ଫଳରେ ମୌସୁମୀ ଆସିବା ସହ ରାଜ୍ୟରେ ବର୍ଷା ସମ୍ଭାବନା ଦେଖା ଦେଇଛି।

ଚଳିତ ବର୍ଷ ଦେଶରେ ମୌସୁମୀ ବର୍ଷା ସ୍ୱାଭାବିକ ରହିବ ବୋଲି ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଜୁନରୁ ସେପ୍ଟେମ୍ବର ମାସ ପର୍ଯ୍ୟନ୍ତ ସ୍ୱାଭାବିକ ବର୍ଷା ହେବ। ଏହି ସମୟରେ ସାରା ଦେଶରେ ବର୍ଷାର ପରିମାଣ ହାରାହାରି ୯୮ ପ୍ରତିଶତ ରହିବ ବୋଲି ଅନୁମାନ କରାଯାଉଛି। ଆଜିଠୁ ରାଜ୍ୟରେ ତାପମାତ୍ରା କମିବ। ମାତ୍ର ଗୁଳୁଗୁଳି ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Related story