ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ଟିଟିଲାଗଡ଼: ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ରୁ ୩ ଶହରୁ ଅଧିକ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। କଣ୍ଟାବାଂଜି ଷ୍ଟେସନ ଯାଉଥିବା ବେଳେ ପୋଲିସ ସେମାନଙ୍କୁ ଉଦ୍ଧାର କରିଛି। ଏହି ଦାଦନ ଶ୍ରମିକଙ୍କୁ ହାଇଦ୍ରାବାଦ ଚାଲାଣ କରାଯାଉଥିଲା।</p> <p>ଚଳିତବର୍ଷ ଅଞ୍ଚଳରେ ମରୁଡ଼ି ହୋଇଥିବାରୁ ଲୋକଙ୍କ ପାଖରେ ଖାଇବାକୁ ନାହିଁ କି କାମଧନ୍ଦା ନାହିଁ। ତେଣୁ ବାହାର ରାଜ୍ୟକୁ ସେମାନେ ଦାଦନ ଖଟିବା ଲାଗି ଯିବାକୁ ବାଧ୍ୟ ହେଉଥିବା ଅଭିଯୋଗ ହେଉଛି।</p> <p>ସୂଚନାଯୋଗ୍ୟ,ଗତ ତିନିଦିନ ତଳେ କଣ୍ଟାବାଞ୍ଜି ରେଳ ଷ୍ଟେସନରୁ ୭୦ ଦାଦନ ଶ୍ରମିକଙ୍କୁ ପୋଲିସ ଉଦ୍ଧାର କରିଥିଲା।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।