ନୟାଗଡ: ସଡକ ଦୁର୍ଘଟଣାରେ ୩ ମୃତ, ଜଣେ ଗୁରୁତର

ନୟାଗଡ଼: ବାଣୀଗୋଛାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ଜଣଙ୍କ ମୃତ୍ୟୁ ଘଟିଛି । ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତକମାନେ କଟକ ତିଗିରିଆ ନୂଆପାଟଣାର ବୋଲି ଜଣାପଡ଼ିଛି। ଗତରାତିରେ ବୌଦ୍ଧରୁ ତିଗିରିଆ ଏକ ବୋଲେରୋରେ ଫେରୁଥିବା ବେଳେ ଗାଡିଟି ବାଣୀଗୋଛା ନିକଟରେ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିଲା । ଅନ୍ୟ ଦୁଇଜଣଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । ସେଠାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣଙ୍କୁ କ୍ୟାପିଟାଲ ହସପିଟାଲକୁ ସ୍ଥାନାନ୍ତର କରାଯାଇଛି ।