ଭୁବନେଶ୍ୱରରେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ କୋବିନ୍ଦ

ଭୁବନେଶ୍ୱର: ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ରାମନାଥ କୋବିନ୍ଦ ଆଜି ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି। କୋବିନ୍ଦଙ୍କୁ ସ୍ୱାଗତ କରିବା ପାଇଁ ଉଭୟ ବିଜେଡି ଓ ବିଜେପି ନେତା ବିମାନ ବନ୍ଦରରେ ପ୍ରବଳ ଭିଡ଼ ଲଗାଇଥିଲେ। ବିଜେପି ପକ୍ଷରୁ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା ଓ ସଜ୍ଜନ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ବିଜେଡି ନେତା ସୂର୍ଯ୍ୟ ନାରାୟଣ ପାତ୍ର, ଶଶିଭୂଷଣ ବେହେରା ଓ ଦେବୀ ମିଶ୍ର ମଧ୍ୟ ଉପସ୍ଥିତ ଥିଲେ।

କୋବିନ୍ଦ ବିମାନ ବନ୍ଦରରେ ଆସି ପହଞ୍ଚିଲା ପରେ  ବିଜେଡି ଓ ବିଜେପି ନେତା ତାଙ୍କୁ ସ୍ୱାଗତ କରିଥିଲେ। ଏହାପରେ ମନ୍ତ୍ରୀ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ସହ ଗୋଟିଏ ଗାଡ଼ିରେ ରାଜ୍ୟ ଅତିଥି ଭବନ ଯାଇଥିଲେ। ସେଠାରୁ ସେ ବିଧାନସଭା ଯିବେ।