ଆଜି ପାଇକ ବିଦ୍ରୋହର ୨୦୦ ବର୍ଷ ପୂର୍ତ୍ତି ସମାରୋହ

ନୂଆଦିଲ୍ଲୀ: ଆଜି ଦିଲ୍ଲୀରେ ପାଳନ ହେବ ପାଇକ ବିଦ୍ରୋହର ୨୦୦ ବର୍ଷ ପୂର୍ତ୍ତି ସମାରୋହ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଲ୍ଲୀର ବିଜ୍ଞାନ ଭବନଠାରେ ଆୟୋଜିତ  ଏହି ଉତ୍ସବର ଶୁଭାରମ୍ଭ କରିବେ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ। ତା’ସହ ଉତ୍ସବରେ ୧୫୦ଜଣ ପାଇକ ଦାୟାଦ ମଧ୍ୟ ଯୋଗଦେବାକୁ ଦିଲ୍ଲୀରେ ପହଞ୍ଚି ସାରିଛନ୍ତି। ଆଜିର କାର୍ଯ୍ୟକ୍ରମ ଅବସରରେ ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ୱାଧୀନତା ସଂଗ୍ରାମର ମାନ୍ୟତା ପ୍ରଦାନ ପ୍ରସଙ୍ଗ ଉଠାଇ […]

paika-rebellion,,

paika-rebellion,,

Rakesh Mallick
  • Published: Thursday, 20 July 2017
  • Updated: 20 July 2017, 09:01 AM IST

ନୂଆଦିଲ୍ଲୀ: ଆଜି ଦିଲ୍ଲୀରେ ପାଳନ ହେବ ପାଇକ ବିଦ୍ରୋହର ୨୦୦ ବର୍ଷ ପୂର୍ତ୍ତି ସମାରୋହ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଲ୍ଲୀର ବିଜ୍ଞାନ ଭବନଠାରେ ଆୟୋଜିତ  ଏହି ଉତ୍ସବର ଶୁଭାରମ୍ଭ କରିବେ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ। ତା’ସହ ଉତ୍ସବରେ ୧୫୦ଜଣ ପାଇକ ଦାୟାଦ ମଧ୍ୟ ଯୋଗଦେବାକୁ ଦିଲ୍ଲୀରେ ପହଞ୍ଚି ସାରିଛନ୍ତି।

ଆଜିର କାର୍ଯ୍ୟକ୍ରମ ଅବସରରେ ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ୱାଧୀନତା ସଂଗ୍ରାମର ମାନ୍ୟତା ପ୍ରଦାନ ପ୍ରସଙ୍ଗ ଉଠାଇ ପାରନ୍ତି ନବୀନ। ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ୱାଧୀନତା ସଂଗ୍ରାମର ମାନ୍ୟତା ପ୍ରଦାନ ନେଇ ଦୁଇ ଦିନ ତଳେ ରାଜ୍ୟ କ୍ୟାବିନେଟରେ ପ୍ରସ୍ତାବ ପାରିତ ହେବା ପରେ ବିବାଦର ସୂତ୍ରପାତ ହୋଇଛି। ଏନେଇ କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଚିଠି ଲେଖି ମଧ୍ୟ ଜଣାଇ ସାରିଛନ୍ତି ନବୀନ। ଏହାସହ ସମସ୍ତ ଦସ୍ତାବିଜ, ଯୁକ୍ତି ସହ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ନିକଟରେ ତଥ୍ୟ ଉପସ୍ଥାପନ ନେଇ ପ୍ରସ୍ତୁତି ଚଳାଇଛନ୍ତି ରାଜ୍ୟ ସରକାର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos