ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି। ଭୋଗମଣ୍ଡପ ପରେ ଏହି ବନକଲାଗି  ନୀତି କରାଯିବ। ଏଥିପାଇଁ ୪ଘଣ୍ଟା ଧରି ଭକ୍ତମାନେ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦତ୍ତ ମହାପାତ୍ର ସେବାୟତମାନେ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ରଙ୍ଗ ହିଙ୍ଗୁଳା, ହରିତାଲ, କଳା ଓ ଧଳା ରଙ୍ଗରେ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ, ଯାହାକୁ ବନକଲାଗି ନୀତି କୁହାଯାଏ।