Advertisment

ପୁରୀରେ ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ଘଟଣା: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ପୁରୀ: ପୁରୀ ଅସ୍ତରଙ୍ଗ ନଗର ଦିନାଡିଆଁରେ ଅବସରପ୍ରାପ୍ତ ଡିଆଇ ଦୀନବନ୍ଧୁ ମଲ୍ଲିକ ଏବଂ ତାଙ୍କ ପତ୍ନୀ ଓ ଦୁଇ ନାବାଳିକା ଝିଅଙ୍କ ହତ୍ୟା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ କରାଯିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହି ନିର୍ଦ୍ଦେଶ ପାଇବା ପରେ କ୍ରାଇମବ୍ରାଞ୍ଚ ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଛି। ଆଜି ଅପରାହ୍ନରେ କ୍ରାଇମବ୍ରାଞ୍ଚର ଏକ ଟିମ୍ ଗାଁକୁ ଯାଇ ଘଟଣାର ତଦନ୍ତ କରି ବୋଲି କ୍ରାଇମବ୍ରାଞ୍ଚ ଏଡିଜି ବିଜୟ କୁମାର ଶର୍ମା ସୂଚନା ଦେଇଛନ୍ତି। ସେପଟେ ମୁଖ୍ୟମନ୍ତ୍ରୀ […]

ଅଦ୍ୟତନ ହୋଇଛି
ପୁରୀରେ ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ଘଟଣା: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

purrrrrrrrr

Advertisment

purrrrrrrrr-300x169ପୁରୀ: ପୁରୀ ଅସ୍ତରଙ୍ଗ ନଗର ଦିନାଡିଆଁରେ ଅବସରପ୍ରାପ୍ତ ଡିଆଇ ଦୀନବନ୍ଧୁ ମଲ୍ଲିକ ଏବଂ ତାଙ୍କ ପତ୍ନୀ ଓ ଦୁଇ ନାବାଳିକା ଝିଅଙ୍କ ହତ୍ୟା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ କରାଯିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହି ନିର୍ଦ୍ଦେଶ ପାଇବା ପରେ କ୍ରାଇମବ୍ରାଞ୍ଚ ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଛି। ଆଜି ଅପରାହ୍ନରେ କ୍ରାଇମବ୍ରାଞ୍ଚର ଏକ ଟିମ୍ ଗାଁକୁ ଯାଇ ଘଟଣାର ତଦନ୍ତ କରି ବୋଲି କ୍ରାଇମବ୍ରାଞ୍ଚ ଏଡିଜି ବିଜୟ କୁମାର ଶର୍ମା ସୂଚନା ଦେଇଛନ୍ତି। ସେପଟେ ମୁଖ୍ୟମନ୍ତ୍ରୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେବା ପରେ ଅଟକ ରଖିଥିବା ମୃତଦେହ ବ୍ୟବଚ୍ଛେଦ ଲାଗି ଗ୍ରାମବାସୀ ଛାଡ଼ିଛନ୍ତି । ଆଜି ସକାଳେ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବିରେ ଗାଁରେ ଉତ୍ତେଜନା ଦେଖାଦେଇଥିଲେ।

Advertisment

ଦିନାଡିଆଁ ଗାଁର ଦୀନବନ୍ଧୁ, ପତ୍ନୀ ନିର୍ମଳା ଓ ଦୁଇ ଛୋଟ ଝିଅଙ୍କର ଗଳାକଟା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଥିଲା। ଚାକିରିରୁ ଅବସର ପରେ ଦୀନବନ୍ଧୁ ଗାଁରେ ଏକ ପାନ ଦୋକାନ କରି ପରିବାର ପ୍ରତିପୋଷଣ କରୁଥିଲେ । ଗତକାଲି ଦିନ ତମାମ ସେ ଦୋକାନକୁ ନ ଆସିବାରୁ ସନ୍ଦେହରେ କିଛି ଲୋକ ତାଙ୍କ ଘରକୁ ଯାଇଥିଲେ। ଆଉ ଘର ଭିତରେ ସମସ୍ତଙ୍କ ରକ୍ତ ଜୁଡୁବୁଡୁ ଶରୀର ପଡ଼ିଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଗାଁରେ ପହଞ୍ଚି ମୃତଦେହଗୁଡିକୁ ଉଦ୍ଧାର କରିଥିଲା। ତେବେ ଏହି ବୀଭତ୍ସ ହତ୍ୟା ଘଟଣାର କାରଣ ଓ ଏଥିରେ କେଉଁମାନେ ସମ୍ପୃକ୍ତ ସେ ନେଇ କିଛି ସ୍ପଷ୍ଟ ହୋଇନାହିଁ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe