ଭୁବନେଶ୍ୱରରେ ପ୍ୟାରୀଙ୍କ ପାର୍ଥିବ ଶରୀର, ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ମୁମ୍ବାଇର ହିନ୍ଦୁଜା ହସ୍‌ପିଟାଲ୍‌ରେ ପ୍ରାଣ ହରାଇଥିବା ପୂର୍ବତନ ରାଜ୍ୟସଭା ସାଂସଦ ପ୍ୟାରୀମୋହନ ମହାପାତ୍ରଙ୍କ ପାର୍ଥିବ ଶରୀର ଭୁବନେଶ୍ୱରରେ ପହଞ୍ଚି ଯାଇଛି। ଅପରାହ୍ନ ପ୍ରାୟ ସାଢ଼େ ଗୋଟାଏ ବେଳେ ତାଙ୍କ ପାର୍ଥିବ ଶରୀର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଥିଲା। ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦର ଯାଇ ତାଙ୍କର ଶେଷ ଦର୍ଶନ କରିଥିଲେ ଓ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହିତ ଅର୍ଥମନ୍ତ୍ରୀ ପ୍ରଦୀପ ଅମାତ, ମନ୍ତ୍ରୀ ଉଷା […]

pyari3

Rakesh Mallick
  • Published: Monday, 20 March 2017
  • , Updated: 20 March 2017, 08:34 PM IST

ଭୁବନେଶ୍ୱର: ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ମୁମ୍ବାଇର ହିନ୍ଦୁଜା ହସ୍‌ପିଟାଲ୍‌ରେ ପ୍ରାଣ ହରାଇଥିବା ପୂର୍ବତନ ରାଜ୍ୟସଭା ସାଂସଦ ପ୍ୟାରୀମୋହନ ମହାପାତ୍ରଙ୍କ ପାର୍ଥିବ ଶରୀର ଭୁବନେଶ୍ୱରରେ ପହଞ୍ଚି ଯାଇଛି। ଅପରାହ୍ନ ପ୍ରାୟ ସାଢ଼େ ଗୋଟାଏ ବେଳେ ତାଙ୍କ ପାର୍ଥିବ ଶରୀର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଥିଲା।

ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦର ଯାଇ ତାଙ୍କର ଶେଷ ଦର୍ଶନ କରିଥିଲେ ଓ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସହିତ ଅର୍ଥମନ୍ତ୍ରୀ ପ୍ରଦୀପ ଅମାତ, ମନ୍ତ୍ରୀ ଉଷା ପାଢ଼ୀ, ଦେବୀ ପ୍ରସାଦ ମିଶ୍ର, ପ୍ରଦୀପ ପାଣିଗ୍ରାହୀ, ଅରୁଣ ସାହୁ, ପ୍ରଣବ ପ୍ରକାଶ ଦାସ, ବିଜେଡି ମୁଖପାତ୍ର ସୂର୍ଯ୍ୟପାତ୍ର ଓ ପୂର୍ବତନ ନେତା ଅତନୁ ସବ୍ୟସାଚୀ ନାୟକ ପ୍ରମୁଖ ତାଙ୍କର ଶେଷ ଦର୍ଶନ କରିଥିଲେ।

ତାଙ୍କ ପାର୍ଥବ ଶରୀରକୁ ସହିଦ ନଗର ସ୍ଥିତ ବାସଭବନରେ ରଖାଯିବ। ସନ୍ଧ୍ୟାରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି ଜଣାପଡ଼ିଛି।

ପୂର୍ବରୁ ଫୁସ୍‌ଫୁସ୍ କର୍କଟରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିବା ପ୍ୟାରୀମୋହନ ମହାପାତ୍ର ମସ୍ତିଷ୍କ ସଂକ୍ରମଣରେ ପୀଡ଼ିତ ଥିଲେ।

Related story