ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ: ୨୪ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ ହେବାର ସମ୍ଭାବନା ରହିଛି। ଏହି ସମୟରେ ୪୫ରୁ ୫୫ କିମି ବେଗରେ ପବନ ବହିବ। ଏହି ସମୟରେ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ଭୁନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଝାରସୁଗୁଡ଼ା, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, କେନ୍ଦୁଝର, […]

rain

Rakesh Mallick
  • Published: Sunday, 08 October 2017
  • , Updated: 08 October 2017, 06:50 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ ହେବାର ସମ୍ଭାବନା ରହିଛି। ଏହି ସମୟରେ ୪୫ରୁ ୫୫ କିମି ବେଗରେ ପବନ ବହିବ। ଏହି ସମୟରେ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ଭୁନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଝାରସୁଗୁଡ଼ା, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Related story