ପୂଜାକୁ ଫିକା କରିବ ଲଘୁଚାପ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂଜା ମଉଜକୁ ଫିକା କରିପାରେ ଲଘୁଚାପ ବର୍ଷା। ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଆସନ୍ତା ୨ ତାରିଖ ଯାଏଁ ବର୍ଷା ହେବ। ଏପରି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡିଶା ସହ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ବିଶେଷ କରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଆଉ କିଛି ସ୍ଥାନରେ ମଧ୍ୟ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ମଧ୍ୟରେ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଇ ଦେଇଛନ୍ତି ପାଣିପାଗ ବିଭାଗ।