ଭୁବନେଶ୍ୱର: ରାଜ୍ୟରେ ଅପରାଧିକ କାର୍ଯ୍ୟକଳାପ ନିୟନ୍ତ୍ରଣାଧୀନ ରହିଛି। ସେହିଭଳି ୧୧ଟି ଜିଲ୍ଲାରେ ମାଓ ଅପରାଧ ହ୍ରାସ ପାଇଛି। ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଆଜି ଗୃହରେ ମୁଲତବି ଆଲୋଚନା ବେଳେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ କହିଛନ୍ତି ଏବେ ରାଜ୍ୟର ଗଜପତି, ଗଞ୍ଜାମ, ଯାଜପୁର, ନୂଆପଡ଼ା, ଢେଙ୍କାନାଳ, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ମାଓ କାର୍ଯ୍ୟକଳାପ ଚାଲେଜିଂ ରହିଛି।
ଅନ୍ୟପକ୍ଷରେ ପୋଲିସ ଆଧୁନିକୀକରଣ ପାଇଁ କେନ୍ଦ୍ରୀୟ ଅନୁଦାନ ହ୍ରାସ ପାଇଥିବା ନବୀନ କହିଛନ୍ତି। ଯୋଗାଯୋଗ ବ୍ୟବସ୍ଥାରେ ଉନ୍ନତି ପାଇଁ ରାଜ୍ୟର ୨୫୩ଟି ସ୍ଥାନରେ ନୂଆ ମୋବାଇଲ ଟାୱାର ତିଆରି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବିଧାନସଭାରେ ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଜି ବିରୋଧୀ ମୁଲତବୀ ପ୍ରସ୍ତାବ ଆଣିଥିଲେ । ଯାହାର ଶୀର୍ଷକ ରହିଥିଲା 'ରାଜ୍ୟରେ ଆଇନର ଶାସନ ନାହିଁ କି ଶୃଙ୍ଖଳା ନାହିଁ'। ବାଚସ୍ପତି ଏହି ପ୍ରସ୍ତାବ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ଉତ୍ତର ରଖିଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଜବରଦଖଲ ଉଚ୍ଛେଦ ପାଇଁ ଲାଗିଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।