୬ ଜୁନ୍‌ ବୁଧବାର: ଜାଣନ୍ତୁ କେଉଁ ରାଶିର ଲୋକେ ପୁରୁଣା ମକଦ୍ଦମାରେ ସଫଳତା ପାଇବେ

ମେଷ: ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। ଆଧ୍ୟାତ୍ମିକ ଭାବନାରେ ସମୟ କଟିବ। ଆର୍ଥିକ ସ୍ଥିତି ଠିକ ରହିବ। କାରବାରରେ ପରିବର୍ତ୍ତନ ଆଣିବେ ଓ ସଫଳତା ପାଇବେ। ଯୁବକଙ୍କ ଲାଗି ଉନ୍ନତିର ନୂଆ ଦ୍ଵାର ଖୋଲିବ।  ବୃଷ: ପରିବାରରେ ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ନୂଆ ଉପକ୍ରମର ଶୁଭାରମ୍ଭ କରନ୍ତୁ, ଲାଭ ହେବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ସମୟ ଦେବେ। ପ୍ରେମିକପ୍ରେମିକା ଏକାଠି ଠାକୁର ଦର୍ଶନ କରନ୍ତୁ, ମନୋକାମନା ପୂରଣ ହେବ। ମିଥୁନ: […]

Rasiphala-image-840x440-1-2-2-1-840x440-1-2-2

Rakesh Mallick
  • Published: Wednesday, 06 June 2018
  • , Updated: 06 June 2018, 06:21 AM IST

ମେଷ: ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। ଆଧ୍ୟାତ୍ମିକ ଭାବନାରେ ସମୟ କଟିବ। ଆର୍ଥିକ ସ୍ଥିତି ଠିକ ରହିବ। କାରବାରରେ ପରିବର୍ତ୍ତନ ଆଣିବେ ଓ ସଫଳତା ପାଇବେ। ଯୁବକଙ୍କ ଲାଗି ଉନ୍ନତିର ନୂଆ ଦ୍ଵାର ଖୋଲିବ।

 ବୃଷ: ପରିବାରରେ ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ନୂଆ ଉପକ୍ରମର ଶୁଭାରମ୍ଭ କରନ୍ତୁ, ଲାଭ ହେବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ସମୟ ଦେବେ। ପ୍ରେମିକପ୍ରେମିକା ଏକାଠି ଠାକୁର ଦର୍ଶନ କରନ୍ତୁ, ମନୋକାମନା ପୂରଣ ହେବ।

ମିଥୁନ: ଧୈର୍ଯ୍ୟ ଧରି ରହିଲେ, ଆପଣଙ୍କୁ ଆରାମ ଅନୁଭବ ହେବ। ବ୍ୟବସାୟରେ ବିପଦପୂର୍ଣ୍ଣ ପଦକ୍ଷେପ ନିଅନ୍ତୁ ନାହିଁ। ବିଦ୍ୟାର୍ଥୀଙ୍କୁ ଆଜି ଅଧିକ ପରିଶ୍ରମ କରିବାକୁ ହେବ।

କର୍କଟ: ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ। ବିଭିନ୍ନ ପ୍ରକାର ସ୍ଥିତିର ମୁକାବିଲା କରିବାରେ ସକ୍ଷମ ହେବେ। କାର୍ଯ୍ୟାଳୟରେ ଏଭଳି ସୁଯୋଗ ମିଳିବ ଯାହା ଦ୍ଵାରା ଆପଣଙ୍କର ଯଥେଷ୍ଟ ଲାଭ ହେବ।

ସିଂହ: ଆପଣଙ୍କ ଭିତରେ ନୂଆ ଊର୍ଜା ସଂଚାର ହେବ। କାମରେ ଆପଣଙ୍କର ଆତ୍ମବିଶ୍ୱାସର ଝଲକ ଦେଖାଦେବ। ସରକାରୀ ଚାକିରିଆଙ୍କର ଆର୍ଥିକ ପକ୍ଷ ମଜଭୁତ ହେବ। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ।

କନ୍ୟା: ପରିବାରଠାରୁ ଆଶୀର୍ବାଦ ପାଇବେ। ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ରହିବେ। କୌଣସି ନୂଆ ପରିଯୋଜନା ଲାଗି ଆପଣଙ୍କ ମନରେ କଳ୍ପନା ଆସିବ।

ତୁଳା: ଦିନଟି ମିଶ୍ରିତଫଳ ପ୍ରଦାନ କରିବ। ମନ ଧାର୍ମିକ କାର୍ଯ୍ୟରେ ଲାଗି ରହିବ। ବ୍ୟବସାୟୀ ନିଜର ଯୋଜନାକୁ ଗୁପ୍ତ ରଖନ୍ତୁ, ସମୟ ଆସିଲେ ପ୍ରକଟ କରିବେ। ଅଫିସରେ ନିଜର ଭାଷାଶୈଳୀ ପ୍ରତି ଧ୍ୟାନ ରଖନ୍ତୁ।

 ବିଛା: ଆଜି ଆପଣ ସକାରାତ୍ମକ ଊର୍ଜା ଅନୁଭବ କରିବେ। ନିଜ କାମରେ ନିଜେ ଫଇସଲା କରି ସନ୍ତୁଷ୍ଟ ହେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ ନୂଆ ଦାୟିତ୍ଵ ଅର୍ପଣ କରିବେ। ପ୍ରେମରେ ଆପଣଙ୍କୁ ସଫଳତା ମିଳିବ।

ଧନୁ: ଦିନଟି ଆପଣଙ୍କ ଲାଗି ଭଲ ଫଳାଫଳ ନେଇ ଆସିବ। ଛୋଟିଆ ନିଷ୍ପତ୍ତିରୁ ବଡ଼ ଫାଇଦା ହେବ। ବ୍ୟାବସାୟିକ କାମରେ ଜିଲ୍ଲା ବାହାରକୁ ଯିବେ।

ମକର: ସକାରାତ୍ମକ ଭାବନାରେ ଧ୍ୟାନ କେନ୍ଦ୍ରୀଭୂତ କରନ୍ତୁ। ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରି ପାରିବେନାହିଁ। ବିବାହିତା କୌଣସି ଧର୍ମାନୁଷ୍ଠାନକୁ ଯାତ୍ରାରେ ଯିବେ। ପ୍ରେମ ଜୀବନ ଖୁବ ରୋଚକ ଓ ଆନନ୍ଦଦାୟକ ରହିବ।

କୁମ୍ଭ: ଆଜି ଆପଣଙ୍କର ଊର୍ଜାର ସ୍ତର ଭଲ ରହିବ। ପରିବାରରେ ବଡ଼ଙ୍କ ଠାରୁ ସହଯୋଗ ପାଇବେ। ବ୍ୟବସାୟରେ ଆଶା ଠୁଁ ଅଧିକ ଲାଭ ହେବ। 

ମୀନ: ସାରାଦିନ ଅଶାନ୍ତି ମୁକ୍ତ ରହିବେ। ବ୍ୟବସାୟ ଓ ଚାକିରି ସମ୍ବନ୍ଧିତ କାମ ପୂରା ହେବ। ଆର୍ଥିକ ସ୍ଥିତି ମଜଭୁତ ହେବ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ।

Related story