ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା, ୨ ଡ୍ରାଇଭର ମୃତ

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଆନନ୍ଦପୁରର ସାତକୋଶିଆ ଘାଟି ନିକଟରେ ଏକ ମର୍ମନ୍ତୁକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଡ୍ରାଇଭରଙ୍କର ମୃତ୍ୟୁ ଘଟିଛି। ଗୁରୁତର ଅବସ୍ଥାରେ ହେଲପରଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।