ରାଉରକେଲା: ବିଦ୍ୟୁତ ଆଘାତରେ ହାତୀ ମୃତ

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଗରଦା ଗାଁ ନିକଟରୁ ଗୋଟିଏ ମାଈ ହାତୀର ମୃତଦେହ ଉଦ୍ଧାର ହୋଇଛି। ବିଦ୍ୟୁତ ଆଘାତରେ ହାତୀର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଆଜି ସକାଳେ ହାତୀର ମୃତଦେହ ଦେଖି ଗାଁ ଲୋକେ ବନ ବିଭାଗକୁ ଖବର ଦେଇଥିଲେ। ବିଶ୍ରା ବନ ବିଭାଗ ରେଞ୍ଜ ଅଫିସର ଓ ବନ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ହାତୀର ମୃତଦେହ ଜବତ କରିଥିଲେ। ବିଦ୍ୟୁତ ବିଭାଗ ଅଧିକାରୀମାନେ ମଧ୍ୟ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ […]

elephant in rkl

Rakesh Mallick
  • Published: Wednesday, 25 January 2017
  • , Updated: 25 January 2017, 01:22 PM IST

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଗରଦା ଗାଁ ନିକଟରୁ ଗୋଟିଏ ମାଈ ହାତୀର ମୃତଦେହ ଉଦ୍ଧାର ହୋଇଛି। ବିଦ୍ୟୁତ ଆଘାତରେ ହାତୀର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।
ଆଜି ସକାଳେ ହାତୀର ମୃତଦେହ ଦେଖି ଗାଁ ଲୋକେ ବନ ବିଭାଗକୁ ଖବର ଦେଇଥିଲେ। ବିଶ୍ରା ବନ ବିଭାଗ ରେଞ୍ଜ ଅଫିସର ଓ ବନ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ହାତୀର ମୃତଦେହ ଜବତ କରିଥିଲେ। ବିଦ୍ୟୁତ ବିଭାଗ ଅଧିକାରୀମାନେ ମଧ୍ୟ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ଗାଁ ଲୋକଙ୍କଠାରୁ ପ୍ରକାଶ, ମଙ୍ଗଳବାର ବିଳମ୍ବିତ ରାତିରେ ଏକ ହାତୀ ପଲ ଗରଦା ଗ୍ରାମକୁ ଆସି ଫସଲ ଖାଇଥିଲେ। ସେମାନଙ୍କ ମଧ୍ୟରୁ ଗୋଟିଏ ମାଈ ହାତୀ ଆମ୍ବ ଡାଳ ଖାଉ ଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲା। ଫଳରେ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା।

Related story