ଟ୍ରକ୍‌ ଓଲଟି ୪ ମୃତ, ୨ ଗୁରୁତର

ସାଲେପୁର: କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି କଲେଜ ଛକରେ ଆଜି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାଠ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଥିଲେ। ଗୁରୁତର ଆହତ ଦୁଇ ଜଣଙ୍କୁ ପ୍ରଥମେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି।