ସମ୍ୱଲପୁର: ଚିକିତ୍ସା ଅବହେଳାରୁ ସମ୍ବଲପୁର ଜେଏମ୍ଏଫସି କୋର୍ଟ ବିଚାରପତି ଚମ୍ପାବତୀ ହାତୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏପରି ଅଭିଯୋଗ କରିଛନ୍ତି ମୃତା ମହିଳା ଜଜଙ୍କ ସ୍ୱାମୀ ଅମୂଲ୍ୟ ବାଦୀ। ମୃତା ମହିଳା ଜଜଙ୍କୁ ଗତକାଲି ଅପରାହ୍ନରେ ବୁଢ଼ାରାଜା ଅଞ୍ଚଳର ଏକ ନର୍ସିଂହୋମରେ ପ୍ରସବ ପାଇଁ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଏକ ଶିଶୁକୁ ଜନ୍ମ ଦେବା ପରେ ସେ ଗୁରୁତର ହୋଇପଡିଥିଲେ। ସନ୍ଧ୍ୟାରେ ତାଙ୍କର ମୃତ୍ୟୁ ଘଟିଥିଲା। ନର୍ସିଂହୋମରେ ଚିକିତ୍ସା ଅବହେଳା ଯୋଗୁଁ ଚମ୍ପାବତୀଙ୍କ ମୃତ୍ୟୁ ହୋଇଥିବା ତାଙ୍କ ସ୍ୱାମୀ ଅଭିଯୋଗ କରିଥିଲେ। ଅଇଁଠାପାଲି ପୋଲିସ୍ ମାମଲା ରୁଜୁ କରି ନର୍ସିଂ ହୋମ ଆସି ତଦନ୍ତ ଚଳାଇଛି। ମୃତଦେହକୁ ବୁର୍ଲା ବଡ଼ ମେଡିକାଲ ବ୍ୟବଚ୍ଛେଦ କରାଯିବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଅନ୍ୟପଟେ ନର୍ସିଂହୋମ୍ ଲାଇସେନ୍ସ ରଦ୍ଦ କରିବାକୁ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଲିସ୍ ମାରିଛି ପୋଷ୍ଟର- ଅଭିଯୁକ୍ତକୁ ଧରାଇ ଦିଅ, ଲକ୍ଷେ ଟଙ୍କା ନିଅ
ସଂପୃକ୍ତ ଅଭିଯୁକ୍ତର ୨ଟି ଫଟୋ ଜାରି କରିଛି ସମ୍ବଲପୁର ପୁଲିସ୍। କୌଣସି ବ୍ୟକ୍ତି ଅଭିଯୁକ୍ତ ସମ୍ପର୍କରେ ସୂଚନା ଦେଲେ ତାଙ୍କୁ ଲକ୍ଷେ ଟଙ୍କା ପୁରସ୍କାର ରାଶି ଦିଆଯିବ ବୋଲି ପୁଲିସ କହିଛି।
Crime
ସେହି କାଳ ରାତି ନେଇଗଲା ୨ ବିଜେପି ନେତାଙ୍କ ଜୀବନ
କାରରେ ଥିଲେ ୬ ଜଣ। ଆଗରେ ବସିଥିଲେ ଡ୍ରାଇଭରଙ୍କ ସମେତ ୨ ଜଣ। ପଛରେ ବସିଥିଲେ ୪ ଜଣ। ହାଇୱା ୩ ଥର ଦେଇଥିଲା ଧକ୍କା। ଏଥିରେ ବିଜେପିର ଗୋଶାଳା ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକ ଓ ପୂର୍ବତନ ସରପଞ୍ଚ ମୁରଲୀଧର ଛୁରିଆଙ୍କ ମୃତ୍ୟୁ ଘଟିଥିଲା।
Crime
ଘରେ ଚୋରି କରିବାକୁ ପଶିଥିଲା ଚୋର, କିଛି ନମିଳିବାରୁ ମହିଳାଙ୍କୁ...
ଚୋରି କରିବାକୁ କୌଣସି ମୂଲ୍ୟବାନ ସାମଗ୍ରୀ ନପାଇବାରୁ ଘରେ ଥିବା ମହିଳାଙ୍କୁ ଚୁମ୍ବନ ଦେଇ ପଳାଇଲା ଚୋର। ମହିଳାଙ୍କ ଅଭିଯୋଗ ପରେ ଅଭିଯୁକ୍ତ ଚୋରକୁ ଧରିଛି ପୁଲିସ।
Crime
ଆଇସିୟୁରେ ରଖି କରାଯାଉଥିଲା ଚିକିତ୍ସା, ଡାକ୍ତରଖାନା ଛାତରୁ ପଡ଼ି ଚାଲିଗଲା ଜୀବନ
କଡ଼ା ସୁରକ୍ଷା ମଧ୍ୟରେ ରହୁଥିବା ଆଇସିୟୁରୁ ଜଣେ ରୋଗୀ ବାହାରକୁ ଆସିଲେ କେମିତି ?
Crime
ସାମାନ୍ୟ ବଚସା ହେଲା କାଳ; ସାଙ୍ଗ ଭୁଷି ଦେଲା ଛୁରୀ
ହଠାତ୍ ଉଭୟଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। । ଏଥିରେ ଉତ୍ତ୍ୟକ୍ତ ହୋଇ ବିନୟ ପାଖରେ ଥିବା ଏକ ଛୁରୀରେ ଅନ୍ତିଆଙ୍କୁ ଭୁଷି ଦେଇଥିଲେ।