ସମ୍ୱଲପୁର: ସମ୍ୱଲପୁର-ବରଗଡ଼ ୫୫ ନମ୍ୱର ଜାତୀୟ ରାଜପଥର କଣ୍ଟାପାଲିଠାରେ ଥିବା ଏକ ଢାବା ନିକଟରୁ ଆଜି ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ପରେ ଉତ୍ତେଜନା ପ୍ରକାଶ ପାଇଛି। ମୃତ ଯୁବକ ସ୍ଥାନୀୟ ଖମ୍ୱେଇ ବଜାର ଅଞ୍ଚଳର ନରେଶ ମହାନନ୍ଦ। ତେବେ ଏହି ଯୁବକଙ୍କୁ ହତ୍ୟା କରାଯାଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଥିଲେ। ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ କଣ୍ଟାପାଲିଠାରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ରାସ୍ତା ଅବରୋଧ ହଟାଇବାକୁ ଚେଷ୍ଟା କରିବାରୁ ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥର ମାଡ କରିଥିଲେ । ଜବାବରେ ପୋଲିସ ପକ୍ଷରୁ ଲାଠିଚାର୍ଜ କରାଯାଇଥିଲା । ପରିସ୍ଥିତି ଅଧିକ ଜଟିଳ ହେବାରୁ ଘଟଣାସ୍ଥଳରେ ତିନି ପ୍ଲାଟୁନ ଫେ।ର୍ସ ମୁତୟନ କରାଯାଇଛି। ବୁର୍ଲ୍ଲା ଥାନା ଆଇଆଇସି ଏବଂ ଏସଡିପିଓ ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି। ସେପଟେ ଏବେ ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଥିବା ପୋଲିସ କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଲିସ୍ ମାରିଛି ପୋଷ୍ଟର- ଅଭିଯୁକ୍ତକୁ ଧରାଇ ଦିଅ, ଲକ୍ଷେ ଟଙ୍କା ନିଅ
ସଂପୃକ୍ତ ଅଭିଯୁକ୍ତର ୨ଟି ଫଟୋ ଜାରି କରିଛି ସମ୍ବଲପୁର ପୁଲିସ୍। କୌଣସି ବ୍ୟକ୍ତି ଅଭିଯୁକ୍ତ ସମ୍ପର୍କରେ ସୂଚନା ଦେଲେ ତାଙ୍କୁ ଲକ୍ଷେ ଟଙ୍କା ପୁରସ୍କାର ରାଶି ଦିଆଯିବ ବୋଲି ପୁଲିସ କହିଛି।
Crime
ସେହି କାଳ ରାତି ନେଇଗଲା ୨ ବିଜେପି ନେତାଙ୍କ ଜୀବନ
କାରରେ ଥିଲେ ୬ ଜଣ। ଆଗରେ ବସିଥିଲେ ଡ୍ରାଇଭରଙ୍କ ସମେତ ୨ ଜଣ। ପଛରେ ବସିଥିଲେ ୪ ଜଣ। ହାଇୱା ୩ ଥର ଦେଇଥିଲା ଧକ୍କା। ଏଥିରେ ବିଜେପିର ଗୋଶାଳା ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକ ଓ ପୂର୍ବତନ ସରପଞ୍ଚ ମୁରଲୀଧର ଛୁରିଆଙ୍କ ମୃତ୍ୟୁ ଘଟିଥିଲା।
Crime
ଘରେ ଚୋରି କରିବାକୁ ପଶିଥିଲା ଚୋର, କିଛି ନମିଳିବାରୁ ମହିଳାଙ୍କୁ...
ଚୋରି କରିବାକୁ କୌଣସି ମୂଲ୍ୟବାନ ସାମଗ୍ରୀ ନପାଇବାରୁ ଘରେ ଥିବା ମହିଳାଙ୍କୁ ଚୁମ୍ବନ ଦେଇ ପଳାଇଲା ଚୋର। ମହିଳାଙ୍କ ଅଭିଯୋଗ ପରେ ଅଭିଯୁକ୍ତ ଚୋରକୁ ଧରିଛି ପୁଲିସ।
Crime
ଆଇସିୟୁରେ ରଖି କରାଯାଉଥିଲା ଚିକିତ୍ସା, ଡାକ୍ତରଖାନା ଛାତରୁ ପଡ଼ି ଚାଲିଗଲା ଜୀବନ
କଡ଼ା ସୁରକ୍ଷା ମଧ୍ୟରେ ରହୁଥିବା ଆଇସିୟୁରୁ ଜଣେ ରୋଗୀ ବାହାରକୁ ଆସିଲେ କେମିତି ?
Crime
ସାମାନ୍ୟ ବଚସା ହେଲା କାଳ; ସାଙ୍ଗ ଭୁଷି ଦେଲା ଛୁରୀ
ହଠାତ୍ ଉଭୟଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। । ଏଥିରେ ଉତ୍ତ୍ୟକ୍ତ ହୋଇ ବିନୟ ପାଖରେ ଥିବା ଏକ ଛୁରୀରେ ଅନ୍ତିଆଙ୍କୁ ଭୁଷି ଦେଇଥିଲେ।