୨ରୁ ୩ ଦିନ ପର୍ଯ୍ୟନ୍ତ ଜାରି ରହିବ ଶୀତ ଲହରୀ

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ୫ଟି ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳେ ରହିଛି। ବିଶେଷ କରି କନ୍ଧମାଳ ଜିଲ୍ଲାରେ ଶୀତର ପ୍ରକୋପ ଅଧିକ ରହିଛି। ଏପରି ସ୍ଥିତି ରାଜ୍ୟରେ ଆହୁରି ୨ରୁ ୩ ଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କନ୍ଧମାଳ ଜିଲ୍ଲା ସଦର ମହକୁମା ଫୁଲବାଣୀରେ ଆଜି ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ସେଲସିୟସ ରହିଛି। ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୧୩.୫ ଡିଗ୍ରୀ […]

winter

Rakesh Mallick
  • Published: Sunday, 27 November 2016
  • , Updated: 27 November 2016, 10:09 AM IST

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ୫ଟି ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳେ ରହିଛି। ବିଶେଷ କରି କନ୍ଧମାଳ ଜିଲ୍ଲାରେ ଶୀତର ପ୍ରକୋପ ଅଧିକ ରହିଛି। ଏପରି ସ୍ଥିତି ରାଜ୍ୟରେ ଆହୁରି ୨ରୁ ୩ ଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

କନ୍ଧମାଳ ଜିଲ୍ଲା ସଦର ମହକୁମା ଫୁଲବାଣୀରେ ଆଜି ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ସେଲସିୟସ ରହିଛି। ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୧୩.୫ ଡିଗ୍ରୀ ରହିଛି।

ସାରା ରାଜ୍ୟରେ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ଏପରି ଶୀତ ପ୍ରକୋପ ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଶରତ ଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି,“ତାମିଲନାଡୁ ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୨ରୁ ୪ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇବ। ଏହାପରେ ପୁଣି ଶୀତ ଅନୁଭୁତ ହେବ।”

Related story