ଶୀତରେ ଥରୁଛି ସାରା ଓଡ଼ିଶା

ଭୁବନେଶ୍ୱର: ଶୀତରେ ଥରୁଛି ସାରା ଓଡ଼ିଶା। ଶୀତ ଲହରୀ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ଥଣ୍ଡା ଅନୁଭୁତ ହେଉଛି। ଗତ ୩ ଦିନ ହେବ ଶୀତ ଅଧିକ ହେଉଛି। ଦିନ ପ୍ରାୟ ୧୧ଟା ପର୍ଯ୍ୟନ୍ତ ଶୀତର ପ୍ରଭାବ ରହୁଛି। ସେହିପରି ଅପରାହ୍ନ ପ୍ରାୟ ୪ଟାରୁ ଜାଡ ଅନୁଭୁତ ହେଉଛି।

ବିଶେଷକରି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ଶୀତ ହେଉଛି। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଶୀତ ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଉଛି।