ସୁନ୍ଦରଗଡ଼: କଲେଜ ପରି ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କୁ ଗଣ ଦୁଷ୍କର୍ମ ଅଭିଯୋଗ। ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରୀଙ୍କୁ ଦ୍ୱିତୀୟ ବର୍ଷର ୩ ଜଣ ଛାତ୍ର ଛାତ ଉପରକୁ ଟେକି ନେଇ ଜଣେ ପରେ ଜଣେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏନେଇ ଛାତ୍ରୀ ଜଣକ ଥାନାରେ ଅଭିଯୋଗ କରିବା ପରେ ପୋଲିସ ମାମଲା ରୁଜୁ କରି ଜଣେ ଛାତ୍ରକୁ ଗିରଫ କରିଛି। ଏପରି ଅଭାବନୀୟ ଘଟଣା ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ପଞ୍ଚାୟତ କଲେଜରେ ଘଟିଛି।
ସବୁଦିନ ପରି ଆଜି ଛାତ୍ରୀ ଜଣକ କଲେଜ ଆସିଥିଲେ। ମାତ୍ର ଜାଣିନଥିଲେ ରାକ୍ଷସଙ୍କ ହାବୁଡ଼ରେ ପଡ଼ିବେ। କ୍ଲାସ ସରିବା ପରେ କଲେଜର ଦ୍ୱିତୀୟ ମହଲାରେ ଛାତ୍ରୀ ଜଣକ ଛିଡ଼ା ହୋଇଥିଲେ। ଏହି ସମୟରେ ସେହି କଲେଜରେ ଯୁକ୍ତ ଦୁଇ ପଢ଼ୁଥିବା ଦ୍ୱିତୀୟ ବର୍ଷର ୩ ଜଣ ଛାତ୍ର ତାଙ୍କୁ(ଛାତ୍ରୀ) ଛାତ ଉପରକୁ ଟେକିନେଇ ଜଣେ ପରେ ଜଣେ ଦୁଷ୍କର୍ମ କରିବା ଅଭିଯୋଗ ହୋଇଛି। ଛାତ୍ରୀ ଜଣକ ସେମାନଙ୍କ କବଳରୁ ମୁକୁଳିବା ପରିବାର ଲୋକଙ୍କୁ ଘଟଣା ସମ୍ପର୍କରେ ଜଣାଇଥିଲେ। ପୀଡ଼ିତା ଏନେଇ ବଡ଼ଗାଁ ଥାନାରେ ଅଭିଯୋଗ ହେବା ପରେ ପୋଲିସ ମାମଲା ରୁଜୁ କରି ଜଣକୁ ଗିରଫ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Crime
ପ୍ରସୂତିଙ୍କ ଚିକିତ୍ସା ଅଧାରୁ ଛାଡ଼ି ପଳାଇଥିଲେ ଡାକ୍ତର; ୧୧ କୋଟି ଜୋରିମାନା କଲେ କୋର୍ଟ
ପ୍ରସବ ପରେ ଅତ୍ୟଧିକ ରକ୍ତସ୍ରାବ ହୋଇ ମହିଳାଙ୍କର ମୃତ୍ୟୁ ହୋଇଥିଲା। ଚିକିତ୍ସା ଅଧାରୁ ପାଣି ପିଇବାକୁ କହି କେଉଁଆଡ଼େ ପଳାଇଥିଲେ ଦୁଇ ଡାକ୍ତର।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।