ସମ୍ ଅଗ୍ନିକାଣ୍ଡରେ ମୃତକଙ୍କ ସଂଖ୍ୟା ୨୭କୁ ବୃଦ୍ଧି

ଭୁବନେଶ୍ୱର: ସମ୍‌ ହସ୍ପିଟାଲ୍ ଅଗ୍ନିକାଣ୍ଡ ଘଟଣାରେ ଆଉ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଏହି ଘଟଣାର ମୃତକଙ୍କ ସଂଖ୍ୟା ୨୭କୁ ବୃଦ୍ଧି ପାଇଛି। ପ୍ରାଣ ହରାଇଥିବା ରୋଗୀ ଜଣଙ୍କ ମୟୂରଭଞ୍ଜ ଜିଲ୍ଲାର ଯଶୀପୁର ଅଞ୍ଚଳର। ସମ୍ ହସ୍ପିଟାଲ୍‌ରେ ଅଗ୍ନିକାଣ୍ଡ ଘଟିବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଆମ୍ରି ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଗତ ଶନିବାର ଆପୋଲୋରେ ଜଣେ ରୋଗୀଙ୍କର ମୃତ୍ୟୁ ଘଟିଥିଲା।  ତାଙ୍କ ନାଁ […]

sum

Rakesh Mallick
  • Published: Monday, 24 October 2016
  • , Updated: 24 October 2016, 03:23 PM IST

ଭୁବନେଶ୍ୱର: ସମ୍‌ ହସ୍ପିଟାଲ୍ ଅଗ୍ନିକାଣ୍ଡ ଘଟଣାରେ ଆଉ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଏହି ଘଟଣାର ମୃତକଙ୍କ ସଂଖ୍ୟା ୨୭କୁ ବୃଦ୍ଧି ପାଇଛି। ପ୍ରାଣ ହରାଇଥିବା ରୋଗୀ ଜଣଙ୍କ ମୟୂରଭଞ୍ଜ ଜିଲ୍ଲାର ଯଶୀପୁର ଅଞ୍ଚଳର। ସମ୍ ହସ୍ପିଟାଲ୍‌ରେ ଅଗ୍ନିକାଣ୍ଡ ଘଟିବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଆମ୍ରି ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

ଗତ ଶନିବାର ଆପୋଲୋରେ ଜଣେ ରୋଗୀଙ୍କର ମୃତ୍ୟୁ ଘଟିଥିଲା।  ତାଙ୍କ ନାଁ କାର୍ତ୍ତିକେଶ୍ୱର ଦାସ। ତାଙ୍କ ଘର ଭୁବନେଶ୍ୱରର ରସୁଲଗଡ଼ ନିକଟସ୍ଥ ଜିଜିପି କଲୋନିରେ। ସମ୍‌ ହସ୍ପିଟାଲ୍‌ରେ ଅଗ୍ନିକାଣ୍ଡ ପରେ ତାଙ୍କୁ ଉଦ୍ଧାର କରାଯାଇ ଆପୋଲୋ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା।

ସମ୍ ହସ୍ପିଟାଲ୍‌ରେ ଅଗ୍ନିକାଣ୍ଡ ଦିନ ପ୍ରାଣ ହରାଇଥିବା ୧୯ ଜଣ ରୋଗୀଙ୍କ ଶବବ୍ୟବଚ୍ଛେଦ ରିପୋର୍ଟ ଆସି ସାରିଛି। ସମସ୍ତଙ୍କ ମୃତ୍ୟୁ ଶ୍ୱାସରୁଦ୍ଧ ଯୋଗୁଁ ହୋଇଛି ବୋଲି ଏଥିରେ ଦର୍ଶାଯାଇଛି।

Related story