ସମ୍‌ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଘୋଷଣା କଲେ ରାଜ୍ୟ ସରକାର

ଭୁବନେନଶ୍ୱର: ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ଘଟଣାରେ ମୃତକଙ୍କ ପରିବାର ବର୍ଗଙ୍କ ପାଇଁ ରାଜ୍ୟ ସରକାର ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରତି ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏଁ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ଗତକାଲି ସମ୍‌ ହସ୍ପିଟାଲ କର୍ତ୍ତୃପକ୍ଷ ମଧ୍ୟ ମୃତକଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କରିଥିଲେ। ପ୍ରତି ପରିବାରକୁ ୫ ଲକ୍ଷ ଲେଖାଏଁ ଟଙ୍କା ଦେବାକୁ ହସ୍ପିଟାଲ କର୍ତ୍ତୃପକ୍ଷ କହିଥିଲେ। ଏହାସହ ଅଗ୍ନିକାଣ୍ଡରେ ଆହତ ହୋଇ […]

cmnaveen

cmnaveen

Rakesh Mallick
  • Published: Wednesday, 19 October 2016
  • Updated: 19 October 2016, 12:35 PM IST

Sports

Latest News

cmଭୁବନେନଶ୍ୱର: ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ଘଟଣାରେ ମୃତକଙ୍କ ପରିବାର ବର୍ଗଙ୍କ ପାଇଁ ରାଜ୍ୟ ସରକାର ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରତି ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏଁ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି।

ଗତକାଲି ସମ୍‌ ହସ୍ପିଟାଲ କର୍ତ୍ତୃପକ୍ଷ ମଧ୍ୟ ମୃତକଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କରିଥିଲେ। ପ୍ରତି ପରିବାରକୁ ୫ ଲକ୍ଷ ଲେଖାଏଁ ଟଙ୍କା ଦେବାକୁ ହସ୍ପିଟାଲ କର୍ତ୍ତୃପକ୍ଷ କହିଥିଲେ। ଏହାସହ ଅଗ୍ନିକାଣ୍ଡରେ ଆହତ ହୋଇ ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଥିବା ରୋଗୀଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ସୋଆ ୟୁନିଭର୍ସିଟି ବହନ କରିବ ବୋଲି ସୋଆର କୁଳପତି ପ୍ରଫେସର ଅମିତ ବାନାର୍ଜୀ କହିଥିଲେ।

ଅନ୍ୟପକ୍ଷରେ ଅଗ୍ନିକାଣ୍ଡରେ ମୃତବରଣ କରିଥିବା ରୋଗୀଙ୍କ ପରିବାରକୁ ୧୫ ଲକ୍ଷ ଲେଖାଏଁ ଟଙ୍କା କ୍ଷତିପୂରଣ ପ୍ରଦାନ ଏବଂ ସମ୍‌ ହସ୍ପିଟାଲ ମାଲିକ ମନୋଜ ନାୟକଙ୍କ ଗିରଫ ଦାବି ଜୋର ଧରିବାରେ ଲାଗିଛି। ଆଜି ସ୍ଥାନୀୟ ଲୋକେ ସମ୍‌ ହସ୍ପିଟାଲ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ରାସ୍ତା ଅବରୋଧ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos