ନୂଆଦିଲ୍ଲୀ: ଆଇନ ଅନୁସାରେ ସରକାରୀ ଚାକିରିରେ ପଦୋନ୍ନତି କ୍ଷେତ୍ରରେ ଥିବା ସଂରକ୍ଷଣ ପୂର୍ବପରି କାଏମ ରହିବ। ଯେପର୍ଯ୍ୟନ୍ତ ସାମ୍ବିଧାନିକ ଶୁଣାଣି ସମ୍ପୂର୍ଣ୍ଣ ନ ହୋଇଛି ସେ ପର୍ଯ୍ୟନ୍ତ ସଂରକ୍ଷଣ ବ୍ୟବସ୍ଥା ଚାଲୁ ରହିବ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ପୂର୍ବରୁ ଦେଶର ବିଭିନ୍ନ ହାଇକୋର୍ଟ ସରକାରୀ ଚାକିରିରେ ପଦୋନ୍ନତି କ୍ଷେତ୍ରରେ ଥିବା ସଂରକ୍ଷଣ ବ୍ୟବସ୍ଥାକୁ ରଦ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପରେ ହାଇକୋର୍ଟର ଏହି ନିଷ୍ପତ୍ତି ବିରୋଧରେ କେତେକ ରାଜ୍ୟ ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହାପରେ ମାମଲାର ଶୁଣାଣି ୫ ଜଣିଆ ଖଣ୍ଡପୀଠ କରିବେ ବୋଲି ଗତବର୍ଷ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏପର୍ଯ୍ୟନ୍ତ ଏ ବିଷୟରେ ବିଚାର ବିମର୍ଷ ଚାଲୁ ରହିଛି।
କିଛି ରାଜ୍ୟ ସରକାର କୋର୍ଟରେ ଦେଇଥିବା ଦଲିଲ୍ରେ ଯୁକ୍ତି ଦର୍ଶାଇଥିଲେ ଯେ, ରାଷ୍ଟ୍ରପତି ଏସ୍ସି ଓ ଏସ୍ଟିଙ୍କ ଅନଗ୍ରସରତାକୁ ନିର୍ଦ୍ଧାରଣ କରି ଅଧିସୂଚନା ଜାରି କରିଛନ୍ତି। ତେବେ ଏହାକୁ ପୁନର୍ବାର ତର୍ଜମା କରାଯାଇ ପାରିବ ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।