ଅନୁଗୋଳ: ଅନୁଗୋଳ ଜିଲ୍ଲା କିଶୋରନଗର ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଚମ୍ପାପୁର ନିକଟରେ ଏକ ବୋଲେରୋ ଓ ବସ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୩ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ୪ ଜଣ ଆହତ ହୋଇଛନ୍ତି। ଜଣଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ମୃତକମାନେ ହେଲେ ଛତିଶଗଡ଼ର ରାଇଗଡ଼ ଅଞ୍ଚଳର। କିଶୋରନଗର ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି।
Advertisment
ଗତକାଲି ରାତି ପ୍ରାୟ୨ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ୭ ଜଣ ବ୍ୟକ୍ତି ବୋଲେରୋ ଯୋଗେ ଛତିଶଗଡ଼ରୁ ପୁରୀ ଯାଉଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
