ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ଫରେଷ୍ଟ୍ ରେଞ୍ଜର। ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଫରେଷ୍ଟ୍ ରେଞ୍ଜର  ପ୍ରସନ୍ନ ସାହୁଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।  ତାଙ୍କ  ଘର ଓ ଅଫିସ୍ ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି।  ଆୟ ବହିର୍ଭୂତ ସମ୍ପତ୍ତି  ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି।