ମାଥିଲି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ମାଲକାନଗିରି: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ମାଥିଲି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶୋକ କୁମାର ମହାରଣାଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଅଶୋକଙ୍କ ଭଡ଼ାଘର ଓ ଅଫିସ ସମେତ ୩ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରିଛି। ପ୍ରାଥମିକ ତଦନ୍ତରୁ ଦୁଇଟି ଦୁଇ ମହଲା ବିଶିଷ୍ଟ ଘର ଓ ଦାମୀ ମୋଟର ସାଇକେଲ୍ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ସାମଗ୍ରୀ ମିଳିଛି। ତଦନ୍ତ ପରେ ସଂପତ୍ତିର ଆକଳନ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଭିଜିଲାନ୍ସ […]

vigilance

Rakesh Mallick
  • Published: Wednesday, 26 July 2017
  • , Updated: 26 July 2017, 10:31 AM IST

ମାଲକାନଗିରି: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ମାଥିଲି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶୋକ କୁମାର ମହାରଣାଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଅଶୋକଙ୍କ ଭଡ଼ାଘର ଓ ଅଫିସ ସମେତ ୩ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରିଛି। ପ୍ରାଥମିକ ତଦନ୍ତରୁ ଦୁଇଟି ଦୁଇ ମହଲା ବିଶିଷ୍ଟ ଘର ଓ ଦାମୀ ମୋଟର ସାଇକେଲ୍ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ସାମଗ୍ରୀ ମିଳିଛି। ତଦନ୍ତ ପରେ ସଂପତ୍ତିର ଆକଳନ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଭିଜିଲାନ୍ସ ଡିଏସପି କହିଛନ୍ତି।

 

 

Related story