୪ନଦୀରେ ବନ୍ୟା ଆଶଙ୍କା, ୬ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଅବବାହିକା ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ବୈତରଣୀ, ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ବ୍ରାହ୍ମଣୀ ନଦୀରେ ବନ୍ୟା ଆଶଙ୍କା ଦେଖାଦେଇଛି।  ଏ ନେଇ କେନ୍ଦୁଝର, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ  ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ ରହିବାକୁ କୁହାଯାଇଛି।

କେନ୍ଦୁଝରରୁ ମିଳିଥିବା ସୂଚନା ଅନୁସାରେ, ବୈତରଣୀ ନଦୀରେ ଆଜି ସକାଳ ୬ଟାରେ ସତର୍କ ସଙ୍କେତ ଉପରେ ପାଣି ପ୍ରବାହିତ ହେଉଛି। ନଦୀରେ ୩୭.୪୪୫ ମିଟର ଉପରେ ଜଳ ପ୍ରବାହିତ ହେଉଛି। ଭଦ୍ରକ ଆଖୁଆପଦାରେ ମଧ୍ୟ ଜଳସ୍ତର ବିପଦ ସଙ୍କେତ ପାଖାପାଖି ରହିଛି।

ପାଣିପାଗ ବିଭାଗର ରିପୋର୍ଟ ଅନୁଯାୟୀ, ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବ।  କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାର କେତେକ ସ୍ଥାନରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ମଧ୍ୟ ପୂର୍ବାନୁମାନ କରାଯାଉଛି।  ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ବନ୍ୟା ଆଶଙ୍କା ଦୃଷ୍ଟିରୁ ସଂପୃକ୍ତ ଜିଲ୍ଲାର କ୍ଷେତ୍ର ଅଧିକାରୀମାନଙ୍କୁ ଡ୍ୟୁଟିରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

Ordigital Desk
• Published: Monday, 24 July 2017
• Updated: 24 July 2017, 09:13 AM IST

Sports

Latest News

ଭୁବନେଶ୍ୱର: ଅବବାହିକା ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ବୈତରଣୀ, ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ବ୍ରାହ୍ମଣୀ ନଦୀରେ ବନ୍ୟା ଆଶଙ୍କା ଦେଖାଦେଇଛି।  ଏ ନେଇ କେନ୍ଦୁଝର, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ  ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ ରହିବାକୁ କୁହାଯାଇଛି।

କେନ୍ଦୁଝରରୁ ମିଳିଥିବା ସୂଚନା ଅନୁସାରେ, ବୈତରଣୀ ନଦୀରେ ଆଜି ସକାଳ ୬ଟାରେ ସତର୍କ ସଙ୍କେତ ଉପରେ ପାଣି ପ୍ରବାହିତ ହେଉଛି। ନଦୀରେ ୩୭.୪୪୫ ମିଟର ଉପରେ ଜଳ ପ୍ରବାହିତ ହେଉଛି। ଭଦ୍ରକ ଆଖୁଆପଦାରେ ମଧ୍ୟ ଜଳସ୍ତର ବିପଦ ସଙ୍କେତ ପାଖାପାଖି ରହିଛି।

ପାଣିପାଗ ବିଭାଗର ରିପୋର୍ଟ ଅନୁଯାୟୀ, ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବ।  କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାର କେତେକ ସ୍ଥାନରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ମଧ୍ୟ ପୂର୍ବାନୁମାନ କରାଯାଉଛି।  ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ବନ୍ୟା ଆଶଙ୍କା ଦୃଷ୍ଟିରୁ ସଂପୃକ୍ତ ଜିଲ୍ଲାର କ୍ଷେତ୍ର ଅଧିକାରୀମାନଙ୍କୁ ଡ୍ୟୁଟିରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos