ରାୟଗଡ଼ା(ମନୋଜ ପାତ୍ର): ରାୟଗଡ଼ା ସହରର କସ୍ତୁରୀ ନଗର ସ୍ଥିତ ଏକ ଦୋକାନ ବାରଣ୍ଡାରୁ ଆଜି ସକାଳେ ଜଣେ କଲେଜ ଛାତ୍ରଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ରଙ୍କ ନାଁ ଏମ୍. ସୁରେଶ କୁମାର। ତାଙ୍କ ଘର କସ୍ତୁରୀ ନଗର ଅଞ୍ଚଳରେ। ସେ ରାୟଗଡ଼ା ମହାବିଦ୍ୟାଳୟରେ ଯୁକ୍ତ ଦୁଇରେ ପଢୁଥିଲେ।
ସୁରେଶଙ୍କ ମୁହଁରେ ଆଘାତ ଲାଗିଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚିଥିଲା ଓ ଯାଞ୍ଚ କରିବା ପରେ ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ପୁଲିସ୍ ସନ୍ଧାନୀ କୁକୁରର ମଧ୍ୟ ସାହାଯ୍ୟ ନେଇଛି। ପାଖରେ ଥିବା ସିସିଟିଭି ଫୁଟେଜ୍କୁ ବି ପୁଲିସ୍ ଯାଞ୍ଚ କରୁଛି।
ରାୟଗଡ଼ା ଏସ୍ଡିପିଓ ନାରାୟଣ ରଥ କହିଛନ୍ତି,“ପ୍ରାଥମିକ ତଦନ୍ତରୁ ଏହା ହତ୍ୟାକାଣ୍ଡ ବୋଲି ଜଣାପଡୁଛି। ସୁରେଶଙ୍କୁ କେହି ହତ୍ୟା କରି ଏଠାରେ ପକାଇ ଦେଇଥିବା ଜଣାପଡୁଛି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।