ଭୁବନେଶ୍ୱର: ଆଜି ବସୁଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ପୂର୍ବାହ୍ନ ୧୧ଟାରେ ବସିବ ଚଳିତ ବର୍ଷର ଶେଷ କ୍ୟାବିନେଟ୍ ବୈଠକ। ଏଥିରେ ପ୍ରାୟ ୧୧ଟି ପ୍ରସ୍ତାବ ଉପରେ ମୋହର ଲାଗିପାରେ। ଓଡ଼ିଶା ଆଡମିନିଷ୍ଟ୍ରେଟିଭ୍ ସର୍ଭିସ ରୁଲ୍-୨୦୧୧ରେ ସଂଶୋଧନ, ଇସ୍ପାତ ଓ ଖଣି ବିଭାଗ ଅଧୀନରେ ଖଣି ନିର୍ଦ୍ଦେଶାଳୟ ଭଳି ଏକ ଇସ୍ପାତ ନିର୍ଦ୍ଦେଶାଳୟ ପ୍ରତିଷ୍ଠା ନେଇ କ୍ୟାବିନେଟର ମୋହର ଲାଗିପାରେ।
ସେହିପରି ଓଡ଼ିଶା ଲେବର୍ ବେଲଫର୍ ଫଣ୍ଡ ରୁଲସ୍-୨୦୧୫କୁ କାର୍ଯ୍ୟକାରୀ କରିବା, ଓଡ଼ିଶା ଭାଟ୍ ଆଇନ୍ ୨୦୦୪ ଅନୁସାରେ ଟିକସ ବ୍ୟବସ୍ଥାର ସମାନୁପାତି କରଣ ଉପରେ ମଧ୍ୟ କ୍ୟାବିନେଟ୍ ମୋହର ଲାଗିପାରେ। ଏହାବାଦ୍ ଅର୍ଥ ଜଳସଂପଦ, ଶକ୍ତି ଏବଂ ସାଧାରଣ ପ୍ରଶାସନ ବିଭାଗ କିଛି ପ୍ରସ୍ତାବ ଉପରେ ବି କ୍ୟାବିନେଟର ମୋହର ଲାଗିପାରେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।