ଭୁବନେଶ୍ୱର: ଆଜି କଂଗ୍ରେସ ୧୩୦ତମ ପ୍ରତିଷ୍ଠା ଦିବସ ପାଳନ କରୁଛି। ରାଜଧାନୀର ଦଳୀୟ ମୁଖ୍ୟ କାର୍ଯ୍ୟାଳୟରେ ପତାକା ଉତ୍ତୋଳନ କରି ପିସିସି ସଭାପତି ପ୍ରସାଦ ହରିଚନ୍ଦନ ଏହାର ଶୁଭାରମ୍ଭ କରିଥିଲେ। ଏହି ପ୍ରତିଷ୍ଠା ଦିବସକୁ କଂଗ୍ରେସ ରାଜ୍ୟବ୍ୟାପୀ ପାଳନ କରୁଛି ।
ସେହିପରି କଂଗ୍ରେସ ରାଜ୍ୟ ସଭାପତି ଭାବେ ପ୍ରସାଦ ହରିଚନ୍ଦନଙ୍କ କାର୍ଯ୍ୟକାଳକୁ ୧ ବର୍ଷ ପୂରିଛି । ତେଣୁ ଏହି ଉପଲକ୍ଷେ ଦଳୀୟ କାର୍ଯ୍ୟାଳୟରେ ବହୁ ନେତା ଓ କର୍ମୀ ଭିଡ଼ ଜମାଇଛନ୍ତି । ଏହି ଅବସରରେ ପିସିସି ସଭାପତି ପ୍ରସାଦ ହରିଚନ୍ଦନ କହିଛନ୍ତି କଂଗ୍ରେସର ସଂକଳ୍ପ ବିଜେଡି ଶାସନର ଭ୍ରଷ୍ଟାଚାର ଓ ଦୁର୍ନୀତି ବିରୋଧରେ ଲଢ଼େଇ କରିବ। ଏଥିସହ କୃଷକମାନଙ୍କ ପାଇଁ ଲଢ଼େଇ ଜାରି ରଖିବ କଂଗ୍ରେସ । କଂଗ୍ରେସ ଦଳ ଲୋକଙ୍କ ଭିତରେ ରହିଆସିଛି ଏହା ହେଉଛି କଂଗ୍ରେସର ଆତ୍ମଶକ୍ତି ବୋଲି ପିସିସି ସଭାପତି କହିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।