ଭୁବନେଶ୍ୱର: ଆଜି ତ୍ୟାଗ ଓ ବଳିଦାନର ପର୍ବ ଇଦ୍-ଉଲ୍-ଜୁହା। ଆଲ୍ଲାଙ୍କ ନିକଟରେ ନିଜକୁ ସମର୍ପଣ କରିବାର ଆଉ ଏକ ସ୍ୱତନ୍ତ୍ର ଅବସର। ରାଜ୍ୟର ବିଭିନ୍ନ ମସଜିଦରେ ପାଳିତ ହେଉଛି ଏହି ପର୍ବ। ଏହି ଅବସରରେ ମୁସଲିମ୍ ଶ୍ରଦ୍ଧାଳୁମାନେ ନୂଆ ଲୁଗା ପିନ୍ଧି ସାମୂହିକ ନମାଜ ପାଠ କରିବା ସହ ସମସ୍ତଙ୍କ ମଙ୍ଗଳ କାମନା କରିଛନ୍ତି। ଇସଲାମ ଧର୍ମାବଲମ୍ୱୀଙ୍କ ବିଶ୍ୱାସ ରହିଛି, ଦୂତ ଆବ୍ରାହମଙ୍କୁ ସ୍ୱପ୍ନାଦେଶ କରି ନିଜର ପ୍ରିୟ ଜିନିଷକୁ ଅର୍ପଣ କରିବା ପାଇଁ ଆଲ୍ଲା ନିର୍ଦ୍ଦେଶ ଦେଇଥିଲେ। ନିର୍ଦ୍ଦେଶକ୍ରମେ ଆବ୍ରାହମ ନିଜର ପୁଅ ଇସମାଇଲଙ୍କୁ ବଳି ଦେବାକୁ ଉଦ୍ୟମ ବେଳେ ଆଲ୍ଲା ଇବ୍ରାହିମଙ୍କ ଭକ୍ତିରେ ପ୍ରସନ୍ନ ହୋଇଥିଲେ। ଏହାକୁ ଆଧାର କରି ପ୍ରତିବର୍ଷ ବକ୍ରି ଇଦ୍ ବା ଇଦ-ଉଲ-ଜୁହା ପାଳନ କରାଯାଏ।
ଇଦ୍-ଉଲ୍-ଜୁହା ଅବସରରେ ଓଡିଶାର ମୁସଲିମ ଭାଇଭଉଣୀମାନଙ୍କୁ ରାଜ୍ୟପାଳ ଏସ.ସି ଜମିର୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡା ଶୁଭେଚ୍ଛା ଜଣାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।