ଭୁବନେଶ୍ୱର: ବିଧାନସଭାର ଶୀତ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭରେ ପରମ୍ପରା ଅନୁଯାୟୀ ବାଚସ୍ପତିଙ୍କୁ ଗାର୍ଡ ଅଫ୍ ଅନର୍ ଦିଆଯାଇଥିଲା। ଏହାପରେ ଗୃହ ଭିତରେ ୪ଜଣ ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା। ଦିବଙ୍ଗତ ସଦସ୍ୟମାନେ ହେଲେ ଚନ୍ଦ୍ରଶେଖର ପ୍ରଧାନ, ରବିନ୍ଦ୍ର କୁମାର ଦାସ, ରାଜକିଶୋର ପ୍ରଧାନ ଏବଂ ବିଧୁଭୂଷଣ ପ୍ରହରାଜ। ଶ୍ରଦ୍ଧାଞ୍ଜଳି ପରେ ପ୍ରଶ୍ନକାଳ ଆରମ୍ଭ ହେବାର ଥିଲା। ବିରୋଧୀ ଦଳ ନେତା ପ୍ରଶ୍ନକାଳ ବାତିଲ କରି ଚାଷୀ ଆତ୍ମହତ୍ୟା ପ୍ରସଙ୍ଗରେ ଆଲୋଚନା ପାଇଁ ଦାବି କରିଥିଲେ। ହେଲେ ବାଚସ୍ପତି ଏହାକୁ ଅଗ୍ରାହ୍ୟ କରିଦେବାରୁ କଂଗ୍ରେସ ସଦସ୍ୟମାନେ ଗୃହ ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ। ଫଳରେ ଗୃହକୁ ଅପରାହ୍ନ ୩ଟା ଯାଏଁ ମୁଲତବୀ କରିଦେଇଛନ୍ତି ବାଚସ୍ପତି ନିରଞ୍ଜନ ପୂଜାରୀ।
ସେପଟେ ଖାଦ୍ୟ ନିରାପତ୍ତା ଆଇନ୍ ଖାଉଟି କାର୍ଡ ବଣ୍ଟନରେ ଅନିୟମିତତା ନେଇ ବିଜେପି ପକ୍ଷରୁ ମୁଲତବୀ ନୋଟିସ ଦିଆଯାଇଛି। ଅପରାହ୍ନରେ ଅର୍ଥମନ୍ତ୍ର ପ୍ରଦୀପ ଅମାତ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।