ମାହାଙ୍ଗା ଡବଲ ମର୍ଡର: ୬ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ

କଟକ(ଓଡ଼ିଶା ରିପୋର୍ଟର): ବହୁ ଚର୍ଚ୍ଚିତ କଟକ ଜିଲ୍ଲା ମାହାଙ୍ଗା ଡବଲ ମର୍ଡର ମାମଲାରେ ୬ ଅଭିଯୁକ୍ତଙ୍କୁ ଜାମିନ ଦେଲେନି ହାଇକୋର୍ଟ। ଏହି ଅଭିଯୁକ୍ତମାନଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ। ଫଳରେ ଏହି ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତ କୈଳାସ ଖଟୁଆ, ମଳୟ ବାରିକ, ଭିକାରୀ ସ୍ୱାଇଁ, ଅଭିଯୁକ୍ତ କ୍ଷୀତୀଶ ଆଚାର୍ଯ୍ୟ, ଚୈତନ୍ୟ ସେଠୀ, ଅରବିନ୍ଦ ଖଟୁଆ ନିରାଶ  ହୋଇଛନ୍ତି। ସୂଚନାଯୋଗ୍ୟ, ଗତବର୍ଷ ଜାନୁଆରୀ ୨ ତାରିଖ ସନ୍ଧ୍ୟାରେ ମହାଙ୍ଗାରର ବରିଷ୍ଠ ବିଜେପି ନେତା କୁଳମଣି ବରାଳ […]

kulamani baral

Niharika Rout
  • Published: Thursday, 17 February 2022
  • , Updated: 17 February 2022, 09:11 PM IST

କଟକ(ଓଡ଼ିଶା ରିପୋର୍ଟର): ବହୁ ଚର୍ଚ୍ଚିତ କଟକ ଜିଲ୍ଲା ମାହାଙ୍ଗା ଡବଲ ମର୍ଡର ମାମଲାରେ ୬ ଅଭିଯୁକ୍ତଙ୍କୁ ଜାମିନ ଦେଲେନି ହାଇକୋର୍ଟ। ଏହି ଅଭିଯୁକ୍ତମାନଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ। ଫଳରେ ଏହି ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତ କୈଳାସ ଖଟୁଆ, ମଳୟ ବାରିକ, ଭିକାରୀ ସ୍ୱାଇଁ, ଅଭିଯୁକ୍ତ କ୍ଷୀତୀଶ ଆଚାର୍ଯ୍ୟ, ଚୈତନ୍ୟ ସେଠୀ, ଅରବିନ୍ଦ ଖଟୁଆ ନିରାଶ  ହୋଇଛନ୍ତି।

ସୂଚନାଯୋଗ୍ୟ, ଗତବର୍ଷ ଜାନୁଆରୀ ୨ ତାରିଖ ସନ୍ଧ୍ୟାରେ ମହାଙ୍ଗାରର ବରିଷ୍ଠ ବିଜେପି ନେତା କୁଳମଣି ବରାଳ (୭୫) ଓ ସଂପର୍କୀୟ ଦିବ୍ୟ ସିଂହ ବରାଳ( ୮୨)ଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଭିତ୍ତି କରି ଏହି ହତ୍ୟାକାଣ୍ଡ ହୋଇଥିବା ବେଳେ ମାମଲାରେ ୧୩ ଜଣଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଥିଲା। ପୁଲିସ୍ ଏହି ଘଟଣାରେ ୧୦ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ମୁଖ୍ୟ ଅଭିଯୁକ୍ତ ପ୍ରଫୁଲ୍ଲ ବିଶ୍ୱାଳ ଫେରାର ଥିଲେ। ଏକ ଟ୍ରକ ଦୁର୍ଘଟଣାରେ ଗତ ଫେବୃଆରୀରେ ତାଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଥିଲା।

ଏହାବାଦ ଏହି ଘଟଣାରେ ସ୍ଥାନୀୟ ବିଧାୟକ ତଥା ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ ବିରୋଧରେ ମଧ୍ୟ ମାମଲା ହୋଇଥିଲା। ତେବେ ପୁଲିସ ଚାର୍ଜସିଟ୍ ଦାଖଲ ବେଳେ ମନ୍ତ୍ରୀଙ୍କ ନାଁକୁ କାଟି ଦେଇଥିବା ନେଇ ମୃତ କୁଳମଣିଙ୍କ ପୁଅ ରମାକାନ୍ତ ବରାଳ କୋର୍ଟରେ ପ୍ରୋଟେଷ୍ଟ ପିଟିସନ୍ କରିଥିଲେ। ଏହାର ଶୁଣାଣି କରି କୋର୍ଟ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ମାହାଙ୍ଗା ଥାନାକୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଦୀର୍ଘ ଦିନ ପର୍ଯ୍ୟନ୍ତ କୋର୍ଟରେ ଚାର୍ଜସିଟ୍ ଦାଖଲ ହୋଇନଥିବାରୁ କୋର୍ଟ ଥାନା ଅଧିକାରୀଙ୍କୁ ଭର୍ତ୍ସନା କରିବା ସହ କ୍ଷୁବ୍ଧ ହୋଇଥିଲେ। 

Related story