ଭୁବନେଶ୍ୱର: ପ୍ରଧାନମନ୍ତ୍ରୀଙ୍କ ପୂର୍ବତନ ଉପଦେଷ୍ଟା ସାମ୍ ପିଟ୍ରୋଡା ନିଜ ଆତ୍ମଜୀବନୀ ‘ଡ୍ରିମିଙ୍ଗ ବିଗ୍-ମାଇ ଜର୍ଣ୍ଣି ଟୁ କନେକ୍ଟ ଇଣ୍ଡିଆ’କୁ ଭୁବନେଶ୍ୱରରେ ଲୋକାର୍ପିତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ ପୁସ୍ତକଟିକୁ ଉନ୍ମୋଚନ କରିଛନ୍ତି। ଟେଲିକମ୍ ଗୁରୁ ଭାବେ ପରିଚିତ ପିଟ୍ରୋଡା ଟିଟିଲାଗଡ଼ରେ ଜନ୍ମ ଗ୍ରହଣ କରିଥିଲେ। ୨୦୦୫ରୁ ୨୦୦୯ ଯାଏ ସେ ଜାତୀୟ ନଲେଜ କମିଶନ ଭାବେ ଦାୟିତ୍ୱ ତୁଲାଇଥିଲେ। ନିଜ ଶୈଶବ ଅବସ୍ଥାର ଓଡିଶା ଅନୁଭୂତିକୁ ସେ ଆତ୍ମଜୀବନୀରେ ଉଲ୍ଲେଖ କରିଛନ୍ତି। ସେହିପରି ଓଡିଶାର ଅବଦାନକୁ ମଧ୍ୟ ଭୁଲିନାହାନ୍ତି ପିଟ୍ରୋଡା। ଉତ୍ସବରେ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଅଶୋକଚନ୍ଦ୍ର ପଣ୍ଡା, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ଦେବୀପ୍ରସାଦ ମିଶ୍ର, ସିଆଇଆଇ ଓଡିଶା ଅଧ୍ୟକ୍ଷ ଡି.ଏସ. ରବୀନ୍ଦ୍ର ରାଜୁ ପ୍ରମୁଖ ଉପସ୍ଥିତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।