ଭୁବନେଶ୍ୱର: ନିଆରା ଢଙ୍ଗରେ ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ. ଅବଦୁଲ କଲାମଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି କେନ୍ଦ୍ରୀୟ ବିଦ୍ୟାଳୟ-୧ର ଛାତ୍ରଛାତ୍ରୀ ଓ ଶିକ୍ଷକମାନେ । ସମାଜ ଓ ଯୁବପିଢ଼ିଙ୍କ ଉଦ୍ଦେଶ୍ୟରେ କଲାମ କହିଯାଇଥିବା କୋଟେସନ ଓ ତାଙ୍କ ସମ୍ପର୍କିତ ବିଭିନ୍ନ ଫଟୋ ସବୁକୁ ନେଇ ବିଦ୍ୟାଳୟ ପକ୍ଷରୁ ଏକ ପ୍ରଦର୍ଶନୀର ଆୟୋଜନ କରାଯାଇଥିଲା । ସେହିପରି ଭୁବନେଶ୍ୱର ସାଇ ଇଣ୍ଟର ନ୍ୟାଶନାଲ ସ୍କୁଲର ଛାତ୍ରଛାତ୍ରୀ ମଧ୍ୟ ସ୍ୱର୍ଗତ କଲାମଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଏଥିପାଇଁ ସ୍କୁଲ ପରିସରରେ ଏକ ଶୋକସଭାର ଆୟୋଜନ କରାଯାଇଥିଲା । ଛାତ୍ରଛାତ୍ରୀମାନେ କଲାମଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ କ୍ୟାଣ୍ଡେଲ ଜଳାଇ ତାଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ନୀରବ ପ୍ରାର୍ଥନା କରିଥିଲେ। କଲାମ ଏହି ସ୍କୁଲକୁ ଅତିଥି ହୋଇ ଆସିଥିବା ବେଳର ସ୍ମୃତିକୁ ଛାତ୍ରଛାତ୍ରୀମାନେ ମନେ ପକାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପୁଅ ଜନ୍ମ ଦିନକୁ ଖାସ କରିବାକୁ ପ୍ରୟାସ, ଆୟୋଜନ କଲେ ରକ୍ତଦାନ ଶିବିର
ସବୁ ବାପାମା’ ନିଜ ପିଲାଙ୍କ ଜନ୍ମ ଦିନକୁ ଧୁମଧାମରେ ପାଳନ କରିଥାନ୍ତି। ଏଥିପାଇଁ କିଏ ବଡ଼ ପାର୍ଟିର ଆୟୋଜନ କରିଥାଏ ତ କିଏ ବନ୍ଧୁବାନ୍ଧବଙ୍କୁ ଭୋଜି ଭାତରେ ଆପାୟିତ କରି ଖୁସି ହୋଇଥାଏ।
Crime
୬ ମାସ ଶିଶୁପୁତ୍ରର ସନ୍ଦେହଜନକ ମୃତ୍ୟୁ; ବାପାମା’ ହତ୍ୟା କରିଥିବା ଅଭିଯୋଗ
ଶିଶୁଟିକୁ ତାର ବାପାମା’ ହତ୍ୟା କରିଥିବା ଅଭିଯୋଗ ଆଣି ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମବାସୀ।
Crime
କେରଳରୁ ବନ୍ଧା ହେଲେ ଅଭିଯୁକ୍ତ, ବର୍ଷେ ତଳେ ପତ୍ନୀଙ୍କୁ ହାଣି ଫେରାର ହୋଇଥିଲେ
ବର୍ଷେ ତଳେ ବ୍ରହ୍ମପୁର ସହରରେ ଅତି ନିର୍ମମ ଭାବେ ପତ୍ନୀଙ୍କୁ ହତ୍ୟା କରିଥିଲେ। ଏହାପରେ ଫେରାର ହୋଇ ଯାଇଥିଲେ ଅଭିଯୁକ୍ତ। ମାତ୍ର ବର୍ଷେ ପରେ ପୁଲିସ୍ ଜାଲରେ ପଡ଼ିଛନ୍ତି ଅଭିଯୁକ୍ତ।
Crime
କୋଟିପତି ଉପଜିଲ୍ଲାପାଳଙ୍କୁ ବାନ୍ଧିଲା ଭିଜିଲାନ୍ସ
ଗତକାଲି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା
Accident
ନିଜ ବିଲକୁ ଯାଇଥିଲେ ଚାଷୀ, ମାରିଲା କରେଣ୍ଟ
ପାଚିଲା ଧାନ ଦେଖିବାକୁ ନିଜ ବିଲକୁ ଯାଇଥିଲେ ଚାଷୀ। ମାତ୍ର ଘଟିଗଲା ଅଘଟଣ । ପଡ଼ୋଶୀଙ୍କ ତାର ବାଡ଼ରେ ହାତ ପଡ଼ିଯିବାରୁ ମାରିଲା କରେଣ୍ଟ ଓ ସେଠାରେ ହିଁ ସେ ଟଳି ପଡ଼ିଲେ।