ଭୁବନେଶ୍ୱର: ଆସନ୍ତା ଶୁକ୍ରବାର ଅର୍ଥାତ୍ ୨୫ ତାରିଖରେ କଂଗ୍ରେସ ଭବନରେ ଅନୁଷ୍ଠିତ ହେବ ପିସିସି ପଦାଧିକାରୀଙ୍କ ବୈଠକ।ଏଥିରେ ପିସିସି ପ୍ରଭାରୀ ବି.କେ. ହରିପ୍ରସାଦ, ସହପ୍ରଭାରୀ ଶୁଭଙ୍କର ସରକାରଙ୍କ ସହ ଦଳର ୧୦ ଉପସଭାପତି, ୨୫ ସାଧାରଣ ସଂପାଦକ ଓ ୫୫ ସମ୍ପାଦକ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
ସୂଚନାଯୋଗ୍ୟ, ଗତ ଅଗଷ୍ଟ ମାସରେ ୧୨ ପିସିସି ପଦାଧିକାରୀ ବୈଠକରେ ହୋଇଥିବା ନିଷ୍ପତ୍ତିକୁ କାର୍ଯ୍ୟକାରୀ କରିବା ପାଇଁ ଆସନ୍ତା ଶୁକ୍ରବାର ବୈଠକରେ ସାଧାରଣ ସଂପାଦକ ଓ ସଂପାଦକମାନଙ୍କୁ ଦାୟିତ୍ୱ ବଣ୍ଟନ କରାଯିବ। ପୂର୍ବ ବୈଠକରେ ନିଷ୍ପତ୍ତି ହୋଇଥିଲା ଯେ, ପ୍ରତି ଲୋକସଭା ଆସନ ଦାୟିତ୍ୱରେ ଜଣେ ଲେଖାଏଁ ସାଧାରଣ ସଂପାଦକ ଓ ଏହା ଅଧୀନରେ ଥିବା ୭ଟି ବିଧାନସଭାର ଦାୟିତ୍ୱରେ ୩ ଜଣ ସଂପାଦକ ବୁଝିବେ। ମରୁଡି ସ୍ଥିତି ନେଇ ଦଳର ତଥ୍ୟ ଅନୁସନ୍ଧାନକାରୀ ଦଳର ରିପୋର୍ଟ ନେଇ ମଧ୍ୟ ଏହି ବୈଠକରେ ପରବର୍ତ୍ତୀ କାର୍ଯ୍ୟପନ୍ଥା ସ୍ଥିର ହୋଇପାରେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।