ନୂଆଦିଲ୍ଲୀ: ମୋଦି ସରକାରଙ୍କ କାର୍ଯ୍ୟକାଳର ୪ ବର୍ଷ ପୂର୍ତ୍ତି ପରେ ଉତ୍ତର ପ୍ରଦେଶରେ ‘ବିଶ୍ୱାସଘାତ ଦିବସ’ ପାଳନ କରୁଥିବା ଶହେରୁ ଅଧିକ କଂଗ୍ରେସ୍ କର୍ମୀଙ୍କ ବିରୁଦ୍ଧରେ ମାମଲା ରୁଜୁ ହୋଇଛି। ଯେଉଁ ନେତାମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି ସେମାନଙ୍କ ମଧ୍ୟରେ ରାଜ ବବ୍ବର, କଂଗ୍ରେସ ବିଧାୟକ ଦଳର ନେତା ଅଜୟ ସିଂହ ଲଲ୍ଲୁ, ପୂର୍ବ ରାଜ୍ୟସଭା ସାଂସଦ ନସୀମୁଦ୍ଦିନ୍ ସିଦ୍ଦିକି ଓ ରାଜ୍ୟସଭା ସାଂସଦ ଦୀପକ ସିଂହ ସାମିଲ ଅଛନ୍ତି।
ସୂଚନା ଅନୁଯାୟୀ କଂଗ୍ରେସ କାର୍ଯ୍ୟକର୍ତ୍ତାଙ୍କ ଉପରେ ଅବୈଧ ଭାବେ ଏକତ୍ରିତ ହେବା, ଲୋକମାନଙ୍କୁ ଜବରଦସ୍ତ ବନ୍ଧକ ରଖିବା, ସରକାରୀ ଅଧିକାରୀଙ୍କ ପରେ ଆକ୍ରମଣ କରିବା ଅଭିଯୋଗରେ ଆଇପିସି ଧାରା ୧୪୩, ୩୪୧, ୩୫୩, ୨୮୩ ଅନୁଯାୟୀ ମାମଲା ରୁଜୁ ହୋଇଛି। ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌର କେଶରବାଗ ଥାନାରେ ଏହି ମାମଲା ରୁଜୁ ହୋଇଛି।
ସୂଚନା ଯୋଗ୍ୟ ଯେ ମୋଦି ସରକାରଙ୍କ ୪ ବର୍ଷ ପୁର୍ତ୍ତି ଅବସରରେ ନିର୍ବାଚନ ପୂର୍ବରୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ହୋଇନଥିବା ଅଭିଯୋଗ କରି କଂଗ୍ରେସ ଗତକାଲି ସାରା ଦେଶରେ ‘ବିଶ୍ୱାସଘାତ ଦିବସ’ ଆୟୋଜନ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।