ସମ୍ବଲପୁର(ସଞ୍ଜୟ ଜେନା): ଉତ୍ତର -ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଲଗାଣ ବର୍ଷା ଜାରି ରହିଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳପତ୍ତନ ବଢିବାରେ ଲାଗିଛି। ଆସନ୍ତାକାଲି ହିରାକୁଦ ଡ୍ୟାମ୍ରୁ ଏବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ ବୋଲି ଡ୍ୟାମ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।
ଲଗାଣ ବର୍ଷା ଯୋଗୁ ରାଜ୍ୟର ବହୁ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବହୁ ନଦୀ ବିପଦସଙ୍କେତ ଉପରେ ପ୍ରବାହିତ ହେଉଥିବା ବେଳେ ଉପରମୁଣ୍ଡରେ ବର୍ଷା ଯୋଗୁଁ ମହାନଦୀର ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି।
ଏଥିଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳପତ୍ତନ ମଧ୍ୟ ବଢିବାରେ ଲାଗିଛି। ଏହି ସମୟରେ ମହାନଦୀକୁ ନ ଯିବାକୁ ଡ୍ୟାମ୍ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।
ଏବେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୫.୫୪ ଫୁଟ ରହିଛି। ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୮୦, ୪୯୧ ଘନଫୁଟ ଜଳ ପ୍ରବେଶ କରୁଛି । ସେହିପରି ପ୍ରତି ସେକେଣ୍ଡରେ ଜଳଭଣ୍ଡାରରୁ ୧୮, ୫୧୯ ଘନଫୁଟ ଜଳ ନିଷ୍କାସିତ ହେଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପଶ୍ଚିମବଙ୍ଗରେ ହିଂସା, କର୍ଫ୍ୟୁ ଲାଗୁ, ଇଣ୍ଟରନେଟ୍ ସେବା ବନ୍ଦ
ଏହି ମାମଲାରେ ପୁଲିସ ୧୫ ଜଣଙ୍କୁ ଗିରଫ କରିଛି।
National
ଭୟଙ୍କର ବାୟୁ ପ୍ରଦୂଷଣ, ସ୍କୁଲ ବନ୍ଦ, GRPA 4 ଲାଗୁ
ଶିଶୁ, ବରିଷ୍ଠ ନାଗରିକ ଏବଂ ହୃଦରୋଗ ଓ ଶ୍ୱାସ ଜନିତ ସମସ୍ୟା ଥିବା ରୋଗୀଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଇଛି।
National
ଦିଲ୍ଲୀ ବାୟୁର ମାନ 'ସିଭିୟର ପ୍ଲସ୍', ସୋମବାରଠୁ ଅନଲାଇନ୍ କ୍ଲାସ୍
ଦିଲ୍ଲୀରେ ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ୪୫୭ ସ୍ତରରେ ପହଞ୍ଚିଛି। ଯେଉଁଥିପାଇଁ ବାୟୁ ଗୁଣବତ୍ତା ପରିଚାଳନା ଆୟୋଗ (CAQM) ସୋମବାର ସକାଳ ୮ଟାରୁ ଦିଲ୍ଲୀ ଏନସିଆରରେ GRAP-4 କାର୍ଯ୍ୟକାରୀ କରିବାକୁ ଘୋଷଣା କରିଛି।
Crime
ଆମ୍ବୁଲାନ୍ସକୁ ରାସ୍ତା ନଛାଡ଼ିବାରୁ ଅଢ଼େଇ ଲକ୍ଷ ଫାଇନ, ଲାଇସେନ୍ସ ରଦ୍ଦ
ଥ୍ରିସୁର ମେଡିକାଲ କଲେଜକୁ ରୋଗୀ ନେଇ ଯାଉଥିବା ଏକ ଆମ୍ବୁଲାନ୍ସକୁ ରାସ୍ତା ଛାଡ଼ିନଥିଲେ କାର ଚାଳକ। ସୋଶାଲ ମିଡିଆରେ ଭାଇରାଲ ହେଉଛି ଭିଡିଓ।
National
'ପରିସ୍ଥିତି ସୁଧାରିବାରେ ବିଫଳ'; ମଣିପୁର ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ଏନପିପି
ମଣିପୁରରେ ବିଜେପି ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ନ୍ୟାସନାଲ ପିପୁଲ୍ସ ପାର୍ଟି (ଏନପିପି)। ମୁଖ୍ୟମନ୍ତ୍ରୀ ବୀରେନ ସିଂହଙ୍କ ନେତୃତ୍ୱରେ ବିଜେପି ସରକାର ବର୍ତ୍ତମାନର ପରିସ୍ଥିତିର ମୁକାବିଲା କରିବାରେ ବିଫଳ ହୋଇଥିବା ଅଭିଯୋଗ କରିଛି ଏନପିପି।