ଭୁବନେଶ୍ୱର: ଇଜ୍ ଅଫ୍ ଡୁଇଙ୍ଗ୍ ବିଜନେସ୍ କ୍ଷେତ୍ରରେ ଦେଶରେ ଟପ୍ ଥ୍ରୀ ତାଲିକାରେ ସ୍ଥାନ ପାଇବାକୁ ଲକ୍ଷ୍ୟ ରଖିଛି ଓଡ଼ିଶା। ରାଜ୍ୟରେ ଶିଳ୍ପ ଓ ନିବେଶ କ୍ଷେତ୍ରରେ ଏକ ସୁସ୍ଥ ବାତାବରଣ ରଖିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ବସିଥିବା ବୈଠକରେ ଏ ସଂପର୍କରେ ନିଷ୍ପତ୍ତି ହୋଇଛି। ନିବେଶ କ୍ଷେତ୍ରରେ ଥିବା ଜଟିଳ ପ୍ରକ୍ରିୟାକୁ ସରଳ କରି କିପରି ଏକ ବ୍ୟବସାୟ ଅନୁକୂଳ ବାତାବରଣ ସୃଷ୍ଟି କରାଯାଇ ପାରିବ ସେନେଇ ବିଭିନ୍ନ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ବାକି ଥିବା କାର୍ଯ୍ୟ ଡିସେମ୍ୱର ସୁଦ୍ଧା ଶେଷ କରିବା ସହ ଦ୍ବିତୀୟ ପର୍ଯ୍ୟାୟ ରିଫର୍ମ ଆସନ୍ତା ଫେବୃଆରୀ ସୁଦ୍ଧା ସାରିବାକୁ ନିଦ୍ଦେର୍ଶ ଦିଆଯାଇଛି। କାର୍ଯ୍ୟର ଅଗ୍ରଗତି ନେଇ ପ୍ରତି ମାସରେ ରିପୋର୍ଟ ଦେବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଇଜ୍ ଅଫ୍ ଡୁଇଙ୍ଗ ବିଜନେସ୍ ତାଲିକାର ଓଡ଼ିଶା ଏବେ ଦେଶରେ ସପ୍ତମ ସ୍ଥାନରେ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କିଏ ହେବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ? ଫଡନାବିସଙ୍କୁ ସମର୍ଥନ କଲେ ଅଜିତ ପାଓ୍ୱାର
ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଆସନରେ କିଏ ବସିବ ତାକୁ ନେଇ ଜାରି ରହିଛି ସସ୍ପେନ୍ସ। ଏହାରି ଭିତରେ ଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି ଦେବେନ୍ଦ୍ର ଫଡନାବସ, ଅଜିତ ପାଓ୍ୱାର ଓ ଏକନାଥ ସିନ୍ଦେ।
National
ଜୀବନ ନେଲା ଗୁଗୁଲ ମ୍ୟାପ୍, ଅଧା ଗଢ଼ା ପୋଲରୁ ଖସି ପଡ଼ିଲା କାର୍
ଏକ ବିବାହ ଭୋଜରେ ଯୋଗ ଦେବା ପାଇଁ ୩ ଜଣକ ସାଙ୍ଗ ଗୁରୁଗ୍ରାମରୁ ରାଇବରେଲିକୁ କାର୍ ଯୋଗେ ବାହାରିଥିଲେ। ତେବେ ଠିକଣା ସ୍ଥାନରେ ପହଞ୍ଚିବା ପାଇଁ ଏମାନେ ଗୁଗୁଲ ମ୍ୟାପ୍ର ସାହାରା ନେଇଥିଲେ।
National
ମସଜିଦ ସର୍ଭେକୁ ନେଇ ଥମୁନି ହିଂସା: ୪ ମୃତ, ସ୍କୁଲ ବନ୍ଦ
ହିଂସା ପରେ ସମ୍ଭଲ ଏବଂ ଏହାର ଆଖପାଖ ଅଞ୍ଚଳରେ ଇଣ୍ଟରନେଟ୍ ସେବା ବନ୍ଦ ରଖାଯାଇଛି। ସେହିପରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଆଜି ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
National
ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ
ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରୁରେ ଚଳାଇବାକୁ ଗତକାଲି ସର୍ବଦଳୀୟ ବୈଠକରେ ଆଲୋଚନା କରାଯାଇଛି।
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।