ଭୁବନେଶ୍ୱର: ଖଣି ପ୍ରଭାବିତ ଜିଲ୍ଲା ବିକାଶ ପାଇଁ ଖର୍ଚ୍ଚ ହେବ ୮୬୯ କୋଟି ଟଙ୍କା। ଶନିବାର ସଚିବାଳୟରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଓଏମ୍ବିଏଡିସି ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି। ବୈଠକରେ ୭୨୦ କୋଟି ଟଙ୍କା ଖର୍ଚ୍ଚ ପାଇଁ ଅନୁମୋଦନ ହୋଇଛି। ପ୍ରଭାବିତ ଜିଲ୍ଲା ଗୁଡ଼ିକରେ ୩୫୦ କୋଟି ବ୍ୟୟରେ ପକ୍କା ଘର ନିର୍ମାଣ ହେବ। କେନ୍ଦୁଝରରେ ସର୍ବାଧିକ ୨୦ ହଜାର ଏବଂ ସୁନ୍ଦରଗଡ଼ରେ ୮ହଜାର ଘର ତିଆରି ହେବା ନେଇ ନିଷ୍ପତ୍ତି ନିଆଯାଇଛି। ୬ ମାସ ମଧ୍ୟରେ ଏହି ପକ୍କା ଘର ତିଆରି ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପାଇପ୍ ପାଣି ପାଇଁ ୩୫୦ କୋଟି ଓ ବୃକ୍ଷ ରୋପଣ ପାଇଁ ୨୦ କୋଟି ଟଙ୍କା ଖର୍ଚ୍ଚ ହେବ। ଖଣି ପ୍ରଭାବିତ ୮ ଜିଲ୍ଲା ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାର ୨୯ଟି ବ୍ଲକର ୫୨୩ ଗାଁର ବାସିନ୍ଦାଙ୍କ ପାଇଁ ସରକାର ୪୬ ହଜାର ପକ୍କା ଘର ତିଆରି କରିବେ। ଏହି ବୈଠକ ଶେଷ ହେବା ପରେ ଜଙ୍ଗଲ ସଚିବ ସୁରେଶ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
୨୦୨୫ରେ ଭାରତର GDP ଅଭିବୃଦ୍ଧି ୪ ବର୍ଷରେ ସର୍ବନିମ୍ନସ୍ତରରେ ପହଞ୍ଚିବ!
ପୂର୍ବ ଆର୍ଥିକ ବର୍ଷ ୨୦୨୩-୨୪ରେ ଭାରତର ଜିଡିପି ୮.୨ ପ୍ରତିଶତ ଥିଲା। ଯାହା ୨୦୨୫ ମାର୍ଚ୍ଚରେ ଶେଷ ହେବାକୁ ଯାଉଥିବା ଆର୍ଥିକ ବର୍ଷରେ ୬.୪ ପ୍ରତିଶତକୁ ଖସିବ ବୋଲି ଆକଳନ କରିଛି ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ।
Business
ସୁନା ଭଳି ରୁପାରେ ମଧ୍ୟ ହଲମାର୍କିଂ!
ଗ୍ରାହକଙ୍କ ସ୍ୱାର୍ଥ ରକ୍ଷା ଲାଗି ବର୍ତ୍ତମାନ କେବଳ ସୁନା ଓ ସେଥିରେ ତିଆରି ଜିନିଷର ହଲମାର୍କିଂ ବାଧ୍ୟତାମୂଳକ କରାଯାଇଛି।
Business
ରାଜ୍ୟ ବଜେଟ୍ ପ୍ରସ୍ତୁତି ପାଇଁ ସମସ୍ତଙ୍କ ମତାମତ ଲୋଡ଼ିଲା ଅର୍ଥ ବିଭାଗ
୨୦୨୫-୨୬ ଆର୍ଥିକ ବର୍ଷ ବଜେଟ୍ ପ୍ରସ୍ତୁତ ପାଇଁ ଅର୍ଥ ବିଭାଗ ଏକ ନିର୍ଦ୍ଦିଷ୍ଟ ଢାଂଚାରେ ଜନସାଧାରଣଙ୍କଠୁ ପରାମର୍ଶ ଆହ୍ୱାନ କରିଛନ୍ତି । ଯାହାକି ବଜେଟ୍ ଓଡ଼ିଶା ୱେବପୋର୍ଟାଲରେ ଉପଲବ୍ଧ ।
Business
ସୁଜୁକି ମୋଟର କର୍ପୋରେସନର ପୂର୍ବତନ ଅଧ୍ୟକ୍ଷ ଓସାମୁ ସୁଜୁକିଙ୍କ ପରଲୋକ
ଓସାମୁ ସୁଜୁକିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।