ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ‘ଚାଲ୍ ଟିକେ ଦୁଷ୍ଟ ହେବା’ ଏମିତି ଏକ ଟାଇଟେଲ୍ ନେଇ ତରଙ୍ଗ ନେଇଆସୁଛି ତାର ୧୮ତମ ଚଳଚ୍ଚିତ୍ର। ନିକଟରେ ଏହି ଫିଲ୍ମର ମହୁରତ ସରିଛି। ତରଙ୍ଗ ସିନେ ପ୍ରଡକ୍ସନ୍ସ ନବାଗତା କଳାକାରମାନଙ୍କୁ ସବୁବେଳେ ସୁଯୋଗ ଦେଇଆସିଛି ଏବଂ ତାଙ୍କ ଦକ୍ଷତାକୁ ଦର୍ଶକଙ୍କ ସାମ୍ନାରେ ଉପସ୍ଥାପନା କରିଛି।
ପୂର୍ବଥର ଭଳି ଏଥର ମଧ୍ୟ ଫିଲ୍ମରେ ସେମିତି କିଛି ନବାଗତା ସାମିଲ୍ ହୋଇଛନ୍ତି। ନୂଆମୁହଁ ଭାବେ ଅଭିନେତା ରିଶାନ୍ ଏବଂ ଦୁଇଜଣ ଅଭିନେତ୍ରୀ ସାୟଲ୍ ଏବଂ ମହିମା ମୁଖ୍ୟ ଭୂମିକାରେ ଅଭିନୟ କରୁଛନ୍ତି।
ଏଥିସହ ଫିଲ୍ମରେ ମିହିର୍ ଦାସ, ପ୍ରଦ୍ୟୁମ୍ନ ଲେଙ୍କା ଏବଂ ପ୍ରିୟଙ୍କା ପଟ୍ଟନାୟକଙ୍କୁ ପ୍ରମୁଖ ଭୂମିକାରେ ଦେଖିବାକୁ ମିଳିବ। ଫିଲ୍ମର ନିର୍ଦ୍ଦେଶନା ତାପସ ସରଘରିଆ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ଓସ୍କାର ରେସ୍ରୁ ଆଉଟ ହେଲା 'ଲାପତା ଲେଡିଜ୍'
କିରଣ ରାଓଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ୯୭ତମ ଏକାଡେମୀ ପୁରସ୍କାରରେ ଭାରତର ପ୍ରତିନିଧିତ୍ୱ କରିବାକୁ ମନୋନୀତ ହୋଇଥିଲା। ମାତ୍ର ଏବେ ଏହା ଓସ୍କାର ରେସ୍ରୁ ବାହାରି ଯାଇଥିବା ବେଳେ ଭାରତୀୟ ସିନେ ପ୍ରେମୀଙ୍କୁ ଲାଗିଛି ଶକ୍ତ ଝଟକା।
Entertainment
ଦଳାଚକଟାରେ ଗୁରୁତର ନାବାଳକଙ୍କୁ ଭେଟିବାକୁ ଚାହିଁଲେ ଅଲ୍ଲୁ ଅର୍ଜୁନ, କହିଲେ...
ପୁଷ୍ପା-୨ ଫିଲ୍ମର ସ୍କ୍ରିନିଂ ଅବସରରେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଦଳଚକଟାରେ ୩୯ ବର୍ଷୀୟା ମହିଳା ଅଣନିଃଶ୍ୱାସୀ ହୋଇ ମୃତ୍ୟୁ ଘଟିଥିଲା। ତାଙ୍କର ଆଠ ବର୍ଷର ପୁଅ ମଧ୍ୟ ଗୁରୁତର ହୋଇପଡ଼ିଥିଲେ।
Entertainment
ଶୀତୁଆ ରାତିରେ ତାତି ବଢ଼ାଇଲେ ନିଶା; ମଞ୍ଚରେ କଲେ ତତଲା ଡ୍ୟାନ୍ସ
ମହୁଲଟିକ୍ରା ପଡିଆରେ ଖେଳୁଥିଲା ଗୌରୀ ଗଣନାଟ୍ୟ। ପ୍ରଥମ ତିନି ରାତି ଜବରଦସ୍ତ ନାଟକ ପରିବେଷଣ କରାଯାଇଲା। ଯାତ୍ରା ପ୍ରେମୀଙ୍କର ଖଚାଖଚ୍ ଭିଡ ଜମିଥିଲା।
National
ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ଅନ୍ତରୀଣ ଜାମିନ
ତଳ କୋର୍ଟ ଅଲ୍ଲୁ ଅର୍ଜୁନଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିବା ବେଳେ ହାଇକୋର୍ଟ ଦେଇଛନ୍ତି ବଡ଼ ଆଶ୍ୱସ୍ତି।
National
ଅଲ୍ଲୁଙ୍କୁ ଗିରଫ କରିବା ପାଇଁ ବେଡ୍ ରୁମ୍ ପର୍ଯ୍ୟନ୍ତ ପଳାଇଥିଲା ପୁଲିସ, ପୋଷାକ ବଦଳାଇବାକୁ ଦେଇ ନଥିଲା ସମୟ
ନାମପଲ୍ଲୀ କୋର୍ଟ ତେଲୁଗୁ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛି।