ନବରଙ୍ଗପୁର:(ଓଡ଼ିଶା ରିପୋର୍ଟର) ଭିଜିଲାନ୍ସ ଜାଲରେ କୋଟିପତି ଆରଟିଓ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଆରଟିଓ ଗଣେଶ୍ୱର କହଁରଙ୍କୁ ସୋମବାର ଭିଜିଲାନ୍ସ ଗିରଫ କରି କୋର୍ଟ ଚାଲାଣ କରିଛି। କିଛିଦିନ ତଳେ ଜୟପୁର ଭିଜିଲାନ୍ସ ଟିମ୍ ଅଭିଯୁକ୍ତ ଗଣେଶ୍ୱର କହଁରଙ୍କ ଭଡ଼ାଘର ସମେତ ଅଫିସ ତଥା ଫୁଲବାଣୀ, ଭୁବନେଶ୍ୱର ଏବଂ ପାରଳାଖେମୁଣ୍ଡିରେ ଥିବା ଚଢ଼ାଉ କରିଥିଲା। ୨୦୧୪ରୁ ୨୦୧୭ ପର୍ଯ୍ୟନ୍ତ କହଁର ଗଜପତି ଜିଲାରେ ପରିବହନ ଅଧିକାରୀ ଭାବେ କାର୍ଯ୍ୟ କରିଥିଲେ। ସୂଚନାଯୋଗ୍ୟ ଯେ, ଆରଟିଓ ଗଣେଶ୍ୱର କହଁରଙ୍କ ଏକ ଲାଞ୍ଚ ସମ୍ପର୍କିତ ଭିଡିଓ ସୋଶାଲ ମିଡିଆରେ ଭାଇରାଲ ହୋଇଥିଲା। ଭିଡିଓରେ ସେ ଲାଞ୍ଚ ନେଇଥିବା ଟଙ୍କା ଫେରାଇଦେବା କଥା ବିବାଦ ସୃଷ୍ଟି କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।