ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଖୁବ୍ ଶୀଘ୍ର ନୂଆ ସଂସ୍କୃତି ଓ ଐତିହ୍ୟ ନୀତି କାର୍ଯ୍ୟକାରୀ ହେବ। ଏ ସମ୍ପର୍କରେ ଏକ ବୈଠକ ରାଜ୍ୟ ଅଭିଲେଖାଗାରରେ ଅନୁଷ୍ଠିତ ହୋଇଯାଇଛି। ନୀତିରେ ବିଶେଷ କରି ଭବିଷ୍ୟତ ଦୃଷ୍ଟି, ଆଭିମୁଖ୍ୟ, କଳା ଓ ସାଂସ୍କୃତିକ ପର୍ଯ୍ୟଟନ ସମ୍ପର୍କିତ ଗବେଷଣା, ପ୍ରତ୍ନତତ୍ତ୍ୱ, ଭାଷା ଓ ସାହିତ୍ୟର ଗବେଷଣା, ଶିଳ୍ପୀ ତଥା କଳାକାରଙ୍କ ପାଇଁ କଲ୍ୟାଣକାରୀ କାର୍ଯ୍ୟକ୍ରମ, ସଙ୍ଗୀତ ଓ ନୃତ୍ୟର ବିକାଶ ବାବଦରେ ବିସ୍ତୃତ ଭାବେ ଉଲ୍ଲେଖ ରହିବ ।
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ମନୋରଞ୍ଜନ ପାଣିଗ୍ରାହୀ ବୈଠକରେ ଅଧ୍ୟକ୍ଷତା କରି ଏହା କହିଛନ୍ତି । ରାଜ୍ୟର ସମୃଦ୍ଧ ଐତିହ୍ୟ, ସାଂସ୍କୃତିକ ସମ୍ପଦର ସୁରକ୍ଷା ଓ ଅନ୍ତର୍ଜାତୀୟ ସ୍ତରରେ ଆଦୃତିକୁ ଦୃଷ୍ଟିରେ ରଖି ପ୍ରସ୍ତାବିତ ନୀତିରେ ବିଭିନ୍ନ ବ୍ୟବସ୍ଥା ରହିବ ବୋଲି ସେ ସୂଚନା ଦେଇଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପାରାଦୀପ ବନ୍ଦରରୁ ୨ଟି ସନ୍ଦିଗ୍ଧ ପାରା ଉଦ୍ଧାର
ପାରା ଦୁଇଟିକୁ ଉଦ୍ଧାର କରି କୁଜଙ୍ଗ ବନ ବିଭାଗକୁ ହସ୍ତାନ୍ତର କରିଛି ପାରାଦୀପ ସାମୁଦ୍ରିକ ଥାନା ପୁଲିସ। ଅଧିକ ତଦନ୍ତ ପାଇଁ ସେମାନଙ୍କୁ ଫରେନ୍ସିକ ପରୀକ୍ଷା ପାଇଁ ପଠାଯିବ।
Miscellaneous
ରାଜଧାନୀରେ ପୁଣି ଆରମ୍ଭ ହେବ ବୁଲା କୁକୁର ବନ୍ଧ୍ୟାକରଣ
ରାଜ୍ୟରେ ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷରୁ ଅଧିକ ବୁଲା କୁକୁର। ଗତ ଦେଢ଼ ମାସ ଭିତରେ କେବଳ ବିଏମସି ହସ୍ପିଟାଲରେ ୫ଶହ ଲୋକ କୁକୁର କାମୁଡ଼ା ଟିକା ନେଇଛନ୍ତି।
Miscellaneous
ଧାନର ମାନ ଖରାପ ଥିଲେ ବି କିଣିବେ ସରକାର; ଫସଲ ନଷ୍ଟ ପାଇଁ ମିଳିବ କ୍ଷତିପୂରଣ
ଓଦା ଧାନ ଶୁଖେଇ ମଣ୍ଡିରେ ବିକ୍ରି ପାଇଁ ଚାଷୀଙ୍କୁ ଅଧିକ ସମୟ ଦିଆଯିବ। ଅଦିନିଆ ବୃଷ୍ଟିପାତଜନିତ କ୍ଷୟକ୍ଷତି ପୂରଣ ପାଇଁ ସରକାର ପ୍ରସ୍ତୁତ ବୋଲି କହିଲେ ମନ୍ତ୍ରୀ।
Politics
‘ମୁଁ ୨ ଥର ଚିଟଫଣ୍ଡ ଠକେଇର ଶିକାର ହୋଇଛି’
ଟଙ୍କା ଯୋଗାଡ଼ କରି ଦେଇଥିଲି, କିନ୍ତୁ ପରେ ସଂସ୍ଥା ହିଁ ଉଭାନ ହୋଇଯାଇଥିଲା। ୧୯୮୬ ଆଇନ ଅନୁସାରେ ଅପିଲ୍ ବି କରିଥିଲି, ମାତ୍ର ଟଙ୍କା ମିଳିଲାନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।