ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ରାଜ୍ୟରେ ତୀବ୍ର ହେବାରେ ଲାଗିଛି ସମନ ପଲିଟିକ୍ସ। ଚିଟ୍ଫଣ୍ଡ ଠକେଇ ଅଭିଯୋଗରେ ଗତକାଲି ପ୍ରଥମେ ବିଜେଡି ନେତା ଅତନୁ ସବ୍ୟସାଚୀ ନାୟକ ଓ ଅରୁଣ ସାହୁଙ୍କୁ ସିବିଆଇ ସମନ ଖବର ପରେ ଛତ୍ରପୁର ଲକ୍ଷ୍ମୀଦତ୍ତ ପ୍ରଧାନ ହତ୍ୟା ମାମଲାରେ ପୋଲିସ ୨ଜଣ ବିଜେପି ନେତା ଗୋଲକ ମହାପାତ୍ର ଓ ଭୃଗୁ ବକ୍ସିପାତ୍ରଙ୍କୁ ନୋଟିସ୍ କରିଥିଲା। ଏହାକୁ ନେଇ ଜୋର ଧରିଛି ରାଜନୈତିକ ବୟାନବାଜି ।
ନୋଟିସ୍ ପ୍ରସଙ୍ଗରେ ଟ୍ୱିଟ୍ କରି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ଦୁଇ ବିଜେପି ନେତା ଭୃଗୁ ବକ୍ସିପାତ୍ର ଓ ଗୋଲକ ମହାପାତ୍ର। ପ୍ରତିଶୋଧ ପରାୟଣ ହୋଇ ରାଜ୍ୟ ସରକାର ପୁଲିସକୁ ବ୍ୟବହାର କରୁଛନ୍ତି ବୋଲି ଭୃଗୁ ଲେଖିଥିବାବେଳେସତ୍ୟର ଜୟ ହେବ ବୋଲି ଆଶା ପ୍ରକାଶ କରିଛନ୍ତି ଗୋଲକ।
ତେଣେ ଏହି ପ୍ରସଙ୍ଗକୁ ବିଜେଡି ଓ ବିଜେପି ପରସ୍ପରକୁ ଦୋଷାରୋପ କରୁଥିବାବେଳେ ପିସିସି ସଭାପତି କହିଛନ୍ତି ନିର୍ବାଚନ ଆସିଲେ ସିବିଆଇ ତତ୍ପର ହୋଇପଡ଼େ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ମହାକାଶରେ ଝୁଡ଼ଙ୍ଗ ମଞ୍ଜି ହେବ ଗଜା
କ୍ରପ୍ ପେଲୋଡ୍ରେ ୮ଟି ଝୁଡ଼ଙ୍ଗ ମଞ୍ଜିକୁ ମହାକାଶକୁ ପଠାଇବ ଇସ୍ରୋ। ସେହିପରି RV ସାଟ୍-1 ପେଲୋଡଡ୍ରେ ମହାକାଶକୁ ଯିବ ମଣିଷ ପାକସ୍ଥଳୀ ଓ ଅନ୍ତନଳୀରେ ରହୁଥିବା ଜୀବାଣୁ।
National
ଫୁଟ୍ପାଥରେ ଶୋଇଥିଲେ ୯ ଜଣ, ମାଡ଼ିଗଲା ଡମ୍ପର୍
ଘଟଣାସ୍ଥଳରେ ହିଁ ୩ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ଜଣ ଛୋଟ ପିଲା ଅଛନ୍ତି। ସେହିପରି ଅନ୍ୟ ୬ ଜଣ ଗୁରୁତର ହୋଇଛନ୍ତି।
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
National
ଏଥର ବି ସାଧାରଣତନ୍ତ୍ର ଦିବସରେ ଦିଶିବନି ଦିଲ୍ଲୀର ପ୍ରଜ୍ଞାପନ ମେଢ଼
ଏହାକୁ ମିଶାଇ ୪ର୍ଥ ଥର ପାଇଁ ଦେଶର ରାଜଧାନୀ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ପ୍ରଦର୍ଶିତ କରିବାକୁ ଅନୁମତି ମିଳିନାହିଁ।
Politics
ବିଭାଗ ବଣ୍ଟନକୁ ନେଇ ମହାୟୁତି ମେଣ୍ଟରେ ଅସନ୍ତୋଷ, ସ୍ୱୀକାର କଲେ ଅଜିତ ପାୱାର
ଶନିବାର ରାତିରେ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ ହୋଇଛି। ମନ୍ତ୍ରୀଙ୍କ ସଂଖ୍ୟା ଅଧିକ ଥିବାରୁ ସମସ୍ତଙ୍କୁ ଗୋଟିଏ ଲେଖାଏଁ ବିଭାଗ ଦେବାକୁ ପଡ଼ିଲା ବୋଲି କହିଲେ ଅଜିତ ପାୱାର।