ଆସିକା (ମନୋଜ ମୁନି): ଗ୍ରିଲ୍ ବସାଇବା ବେଳେ ଲାଗିଲା ବିଦ୍ୟୁତ ଝଟ୍କା। ନେଇଗଲା ଦୁଇ ଜୀବନ। ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ସୁନ୍ଦୁରିଆପଡାରେ ଘଟିଛି ଏଭଳି ଅଘଟଣ। ଘରକାମ କଲା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି l ମୃତ ଦୁଇ ଜଣଙ୍କ ମଧ୍ୟରୁ ଜଣେ ମହିଳା ଓ ପୁରୁଷ।
ସମସ୍ତଙ୍କୁ ଚିକିତ୍ସା ନିମନ୍ତେ ତୁରନ୍ତ ଆସିକା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ଥିଲା। କିନ୍ତୁ ସେଠାରେ ଡାକ୍ତର ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିଲେ। ମୃତକ ମାନେ ହେଲେ ୫୦ ବର୍ଷୀୟା ଝୁନୁ ଗୌଡ଼ ଓ ଆଠଗଡ଼ ଗ୍ରାମର ୨୭ ବର୍ଷୀୟ ମିସ୍ତ୍ରୀ ଗୋପାଳ ବେହେରା l
ଆଜି ସୁନ୍ଦୁରିଆପଡା ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଗ୍ରିଲ ବସାଇବା କାମ ଚାଲିଥିବା ବେଳେ ଘରକୁ ଆସିଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଏହି ତିନି ଜଣ ଆସିଥିଲେ। ଯାହ ପରେ ଏହି ଅଘଟଣ ଘଟିଥିଲା। ବିଦ୍ୟୁତ ଆଘାତରେ ଗୁରୁତର ହୋଇଥିବା ଜଣଙ୍କର ଚିକିତ୍ସା ଚାଲିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି କହିଲେ ମୋଦି, କଂଗ୍ରେସକୁ କଲେ ଟାର୍ଗେଟ
ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ ହୋଇଛି କହିଲେ ମୋଦି। ମିଛ, ବିଭାଜନକାରୀ ଶକ୍ତି ଓ ପରିବାରବାଦର ହାର୍ ହୋଇଛି କହି ବିରୋଧୀଙ୍କୁ କଲେ ସମାଲୋଚନା।
Politics
ଜେଏମଏମର ରାମଦାସଙ୍କ ଠାରୁ ହାରିଲେ ଚମ୍ପାଇ ସୋରେନଙ୍କ ପୁଅ
ବିଜେପି ତାଙ୍କୁ ପ୍ରଥମଥର ପାଇଁ ଘାଟଶିଳା ଆସନରୁ ପ୍ରାର୍ଥୀ କରିଥିଲା। ହେଲେ ତାଙ୍କୁ ଜେଏମଏମର ରାମଦାସ ସୋରେନଙ୍କ ଠାରୁ ହାରିବାକୁ ପଡ଼ିଛି।
Politics
ସୋରେନ ପରିବାରର ୩ ଜଣ ଜିତିଲେ, କିନ୍ତୁ ବିଜେପିରୁ ଲଢ଼ୁଥିବା ବଡ଼ ଭାଉଜ ହାରିଲେ
ଜେଏମଏମରୁ ବାହାରି ବିଜେପି ଟିକେଟରେ ଲଢ଼ୁଥିବା ହେମନ୍ତଙ୍କ ବଡ଼ ଭାଉଜ ଗୀତା ସୋରେନ ପରିବାରର ଏକମାତ୍ର ସଦସ୍ୟ ଭାବେ ପରାସ୍ତ ହୋଇଛନ୍ତି।
Politics
ଜିତିଲେ ରାଜ୍ୟପାଳଙ୍କ ବୋହୂ, ହାରିଲେ ଓଡ଼ିଶାର କଂଗ୍ରେସ ପ୍ରଭାରୀ
ପୂର୍ଣ୍ଣିମା ୧,୦୭,୧୯୧ ଖଣ୍ଡ ଭୋଟ ପାଇଥିବା ବେଳେ ଅଜୟ କୁମାରଙ୍କୁ ୬୪,୩୨୦ ଖଣ୍ଡ ଭୋଟ ମିଳିଛି।
National
ବାପା ହାରିଲେ, ଝିଅ ଜିତିଲେ
ମହାରାଷ୍ଟ୍ରରେ ୨୮୮ଟି ଆସନରୁ ବିଜେପି ମେଣ୍ଟ ୨୩୪ଟି ବିଜୟ ଲାଭ କରୁଥିବା ସ୍ପଷ୍ଟ ହେଉଛି। ଏହି ମେଣ୍ଟ ୨୨୦ଟି ଆସନରେ ବିଜୟୀ ହୋଇସାରିଥିବା ବେଳେ ୧୪ଟିରେ ଆଗରେ ରହିଛି।