କାଲି ଯାଏଁ ବର୍ଷା ଓ ବଜ୍ରପାତ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଯାଏଁ ବର୍ଷା ଓ ବଜ୍ରପାତ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ ଜିଲ୍ଲାକୁ ଆଲର୍ଟ କରାଯାଇଛି। ସେହିପରି ଜଗତସିଂହପୁର, ନୟାଗଡ଼, ଗଂଜାମ, ଗଜପତି, ରାୟଗଡ଼ା, କନ୍ଧମାଳକୁ ସତର୍କତା ଜାରି କରାଯାଇଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଦେବଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେପଟେ ଦକ୍ଷିଣ ପଶ୍ଚିମ […]

rain-fall

rain-fall

Tapas Behera
  • Published: Monday, 09 August 2021
  • Updated: 09 August 2021, 06:16 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଯାଏଁ ବର୍ଷା ଓ ବଜ୍ରପାତ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ ଜିଲ୍ଲାକୁ ଆଲର୍ଟ କରାଯାଇଛି। ସେହିପରି ଜଗତସିଂହପୁର, ନୟାଗଡ଼, ଗଂଜାମ, ଗଜପତି, ରାୟଗଡ଼ା, କନ୍ଧମାଳକୁ ସତର୍କତା ଜାରି କରାଯାଇଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଦେବଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେପଟେ ଦକ୍ଷିଣ ପଶ୍ଚିମ ବାୟୁ ଧାର୍ଯ୍ୟ ସମୟରେ ଆସିଥିଲେ ମଧ୍ୟ ଏଥର ସ୍ୱାଭାବିକଠାରୁ କମ୍‌ ବର୍ଷା ହୋଇଛି। ପୂର୍ବରୁ ମୌସୁମୀ ପ୍ରଭାବରେ ସ୍ୱାଭାବିକ ବର୍ଷା ହେବ ବୋଲି ଯେଉଁ ଆକଳନ କରାଯାଉଥିଲା ତାହା ଏବେ ବଦଳି ଯାଇଛି। ଜୁନ୍‌ ଓ ଜୁଲାଇର ଅଭାବୀ ବର୍ଷା ପରେ ଅଗଷ୍ଟର ଏହି ୮ ଦିନରେ ପ୍ରାୟ ୭୬% ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ରାଜ୍ୟର ୨୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ପରିସ୍ଥିତି ଉପୁଜିଛି। ୪ ଜିଲ୍ଲାରେ ସ୍ଥିତି ସଙ୍ଗିନ। ଭଦ୍ରକ, ଯାଜପୁର, ଗଜପତି ଓ ବଲାଙ୍ଗୀରରେ ଅଧିକ ନିଅଣ୍ଟିଆ ବର୍ଷା ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସୂଚନା ମୁତାବକ, ଅଗଷ୍ଟ ୧ରୁ ୮ତାରିଖ ମଧ୍ୟରେ ରାଜ୍ୟରେ ୨୫ ମିମି ବର୍ଷା ହୋଇଛି। ସ୍ୱାଭାବିକ ଭାବେ ଏହି ୮ ଦିନରେ ୧୦୫.୪ ମିମି ବର୍ଷା ହୋଇଥାଏ। ଅର୍ଥାତ ଏହି ୮ ଦିନରେ ରାଜ୍ୟରେ ୭୬% ନିଅଣ୍ଟିଆ ବର୍ଷା ହୋଇଛି। ଫଳରେ ରାଜ୍ୟରେ ଜୁନ୍‌ରୁ ଅଗଷ୍ଟ ପର୍ଯ୍ୟନ୍ତ ନିଅଣ୍ଟିଆ ବର୍ଷାର ପରିମାଣ ବଢ଼ିବାରେ ଲାଗିଛି। ୧ ଜୁନ୍‌ରୁ ୮ ଅଗଷ୍ଟ ପର୍ଯ୍ୟନ୍ତ ରାଜ୍ୟରେ ୪୮୧.୩ ମିମି ବର୍ଷା ହୋଇଛି। ଏହି ସମୟ ମଧ୍ୟରେ ରାଜ୍ୟରେ ସ୍ୱାଭାବିକ ଭାବେ ୬୬୭.୭ ମିମି ବର୍ଷା ହୋଇଥାଏ। ଅର୍ଥାତ ରାଜ୍ୟରେ ଏବେ ୨୮% ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos